Acts 12:11 in Oriya 11 ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୂଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।
Other Translations King James Version (KJV) And when Peter was come to himself, he said, Now I know of a surety, that the LORD hath sent his angel, and hath delivered me out of the hand of Herod, and from all the expectation of the people of the Jews.
American Standard Version (ASV) And when Peter was come to himself, he said, Now I know of a truth, that the Lord hath sent forth his angel and delivered me out of the hand of Herod, and from all the expectation of the people of the Jews.
Bible in Basic English (BBE) And when Peter came to his senses he said, Now, truly, I am certain that the Lord has sent his angel and taken me out of the hands of Herod, against all the hopes of the Jews.
Darby English Bible (DBY) And Peter, being come to himself, said, Now I know certainly that [the] Lord has sent forth his angel and has taken me out of the hand of Herod and all the expectation of the people of the Jews.
World English Bible (WEB) When Peter had come to himself, he said, "Now I truly know that the Lord has sent out his angel and delivered me out of the hand of Herod, and from everything the Jewish people were expecting."
Young's Literal Translation (YLT) And Peter having come to himself, said, `Now I have known of a truth that the Lord did sent forth His messenger, and did deliver me out of the hand of Herod, and all the expectation of the people of the Jews;'
Cross Reference Genesis 15:13 in Oriya 13 ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;
Genesis 18:13 in Oriya 13 ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ, ଏହା ଭାବି ସାରା କାହିଁକି ହସିଲା ?
Genesis 26:9 in Oriya 9 ତେଣୁ ଅବିମେଲକ ଇସ୍ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ତୁମ୍ଭେ ତାହାକୁ ଆପଣା ଭଗିନୀ ବୋଲି କିପରି କହିଲ ?” ସେତେବେଳେ ଇସ୍ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”
2 Samuel 22:1 in Oriya 1 ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;
2 Chronicles 16:9 in Oriya 9 କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”
Job 5:19 in Oriya 19 ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଂକଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।
Job 31:31 in Oriya 31 ମୋ' ତମ୍ବୁସ୍ଥିତ ଲୋକେ କି କହି ନ ଥା'ନ୍ତି, ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇପାରେ ?
Psalm 33:18 in Oriya 18 ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,
Psalm 34:7 in Oriya 7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।
Psalm 34:22 in Oriya 22 ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।
Psalm 41:2 in Oriya 2 ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କରିବେ ନାହିଁ।
Psalm 97:10 in Oriya 10 ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
Psalm 109:31 in Oriya 31 କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ।
Daniel 3:25 in Oriya 25 ରାଜା ଉତ୍ତର କରି କହିଲା, ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।
Daniel 3:28 in Oriya 28 ନବୂଖଦ୍ନିତ୍ସର କହିଲା, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।
Daniel 6:22 in Oriya 22 ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।
Luke 15:17 in Oriya 17 ମାତ୍ର ସେ ଚେତନା ପାଇ କହିଲା, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।
Acts 5:19 in Oriya 19 କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,
Acts 12:7 in Oriya 7 ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା।
Acts 23:12 in Oriya 12 ଦିନ ହୁଅନ୍ତେ ଯିହୂଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ, ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି, ଶପଥରେ ନିଜ ନିଜକୁ ଆବଦ୍ଧ କଲେ।
Acts 24:27 in Oriya 27 କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟସ୍ ଫେଲୀକସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୂଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ।
Acts 25:3 in Oriya 3 ଆଉ ସେ ଯେପରି ତାଙ୍କୁ ଯିରୂଶାଲମକୁ ଡକାଇ ପଠାନ୍ତି ଏଥି ନିମନ୍ତେ ବିନତିପୁର୍ବକ ତାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ।
Acts 25:9 in Oriya 9 କିନ୍ତୁ ଫେଷ୍ଟସ୍ ଯିହୂଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହି ସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ ?
2 Corinthians 1:8 in Oriya 8 କାରଣ, ହେ ଭାଇମାନେ, ଆସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;
Hebrews 1:14 in Oriya 14 ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି ?
2 Peter 2:9 in Oriya 9 ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।