Acts 12:23 in Oriya 23 ତତ୍କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ୱରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।
Other Translations King James Version (KJV) And immediately the angel of the Lord smote him, because he gave not God the glory: and he was eaten of worms, and gave up the ghost.
American Standard Version (ASV) And immediately an angel of the Lord smote him, because he gave not God the glory: and he was eaten of worms, and gave up the ghost.
Bible in Basic English (BBE) And straight away the angel of the Lord sent a disease on him, because he did not give the glory to God: and his flesh was wasted away by worms, and so he came to his end.
Darby English Bible (DBY) And immediately an angel of [the] Lord smote him, because he did not give the glory to God, and he expired, eaten of worms.
World English Bible (WEB) Immediately an angel of the Lord struck him, because he didn't give God the glory, and he was eaten by worms and died.
Young's Literal Translation (YLT) and presently there smote him a messenger of the Lord, because he did not give the glory to God, and having been eaten of worms, he expired.
Cross Reference Exodus 9:17 in Oriya 17 ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ ?
Exodus 10:3 in Oriya 3 ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
Exodus 12:12 in Oriya 12 ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟ ଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସ୍ରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ।
Exodus 12:23 in Oriya 23 ଯେହେତୁ ସଦାପ୍ରଭୁ ମିସ୍ରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟ ଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ।
Exodus 12:29 in Oriya 29 ଏଥିଉତ୍ତାରେ ଅର୍ଦ୍ଧ ରାତ୍ର ସମୟରେ ସଦାପ୍ରଭୁ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତ ସନ୍ତାନଠାରୁ କାରାକୂପସ୍ଥ ବନ୍ଦୀର ପ୍ରଥମଜାତ ସନ୍ତାନ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ଓ ପଶୁମାନଙ୍କ ପ୍ରଥମଜାତ ଶାବକଗଣକୁ ଆଘାତ କଲେ।
1 Samuel 25:38 in Oriya 38 ଏଥିଉତ୍ତାରେ ଊଣାଧିକ ଦଶ ଦିନ ଉତ୍ତାରେ ସଦାପ୍ରଭୁ ନାବଲକୁ ଆଘାତ କରନ୍ତେ, ସେ ମଲା।
2 Samuel 24:16 in Oriya 16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।
2 Kings 19:35 in Oriya 35 ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।
1 Chronicles 21:14 in Oriya 14 ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ।
2 Chronicles 21:18 in Oriya 18 ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ।
2 Chronicles 32:21 in Oriya 21 ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ। ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା। ତହିଁ ଉତ୍ତାରେ ସେ ଆପଣା ଦେବ-ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ଼୍ଗରେ ବଧ କଲେ।
Job 7:5 in Oriya 5 ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ; ମୋହର ଚର୍ମ ମିଶିଯାଏ ଓ ପୁନର୍ବାର ଫାଟିଯାଏ।
Job 19:26 in Oriya 26 ପୁଣି, ମୋହର ଚର୍ମ ଏହି ରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ୱରଙ୍କୁ ଦେଖିବି;
Psalm 115:1 in Oriya 1 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।
Isaiah 14:11 in Oriya 11 ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।
Isaiah 37:23 in Oriya 23 ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।
Isaiah 51:8 in Oriya 8 କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”
Isaiah 66:24 in Oriya 24 “ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”
Ezekiel 28:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।
Ezekiel 28:9 in Oriya 9 ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, “ମୁଁ ଈଶ୍ୱର ?” ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ।
Daniel 4:30 in Oriya 30 ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ ?
Daniel 5:18 in Oriya 18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
Mark 9:43 in Oriya 43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
Luke 12:47 in Oriya 47 ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,
Acts 10:25 in Oriya 25 ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାହାଙ୍କୁ ଭେଟି ଚରଣ ତଳେ ପଡ଼ି ତାହାଙ୍କୁ ପ୍ରଣାମ କଲେ।
Acts 14:14 in Oriya 14 କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ,
2 Thessalonians 2:4 in Oriya 4 ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଇଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଇଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ୱର ବୋଲି ଦେଖାଏ।