Acts 12:7 in Oriya 7 ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା।
Other Translations King James Version (KJV) And, behold, the angel of the Lord came upon him, and a light shined in the prison: and he smote Peter on the side, and raised him up, saying, Arise up quickly. And his chains fell off from his hands.
American Standard Version (ASV) And behold, an angel of the Lord stood by him, and a light shined in the cell: and he smote Peter on the side, and awoke him, saying, Rise up quickly. And his chains fell off from his hands.
Bible in Basic English (BBE) And a great light was seen shining in the room, and an angel of the Lord came to Peter and, touching him on his side so that he came out of his sleep, said, Get up quickly. And his chains came off his hands.
Darby English Bible (DBY) And lo, an angel of [the] Lord came there, and a light shone in the prison: and having smitten the side of Peter, he roused him up, saying, Rise up quickly. And his chains fell off his hands.
World English Bible (WEB) And behold, an angel of the Lord stood by him, and a light shone in the cell. He struck Peter on the side, and woke him up, saying, "Stand up quickly!" His chains fell off from his hands.
Young's Literal Translation (YLT) and lo, a messenger of the Lord stood by, and a light shone in the buildings, and having smitten Peter on the side, he raised him up, saying, `Rise in haste,' and his chains fell from off `his' hands.
Cross Reference Genesis 19:15 in Oriya 15 ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ ଚଞ୍ଚଳ କରାଇ କହିଲେ, “ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ଡରେ ବିନଷ୍ଟ ହେବ।”
2 Samuel 22:29 in Oriya 29 ହେ ସଦାପ୍ରଭୁ, ତୁମ୍ଭେ ମୋହର ପ୍ରଦୀପ; ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ।
1 Kings 19:5 in Oriya 5 ତହୁଁ ସେ ରୋତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।”
1 Kings 19:7 in Oriya 7 ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ।”
Psalm 34:7 in Oriya 7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।
Psalm 37:32 in Oriya 32 ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।
Psalm 105:18 in Oriya 18 ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହଶୃଙ୍ଖଳରେ ରଖାଗଲା;
Psalm 107:14 in Oriya 14 ସେ ଅନ୍ଧକାର ଓ ମୃତ୍ୟୁୁଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ।
Psalm 116:16 in Oriya 16 ହେ ସଦାପ୍ରଭୁ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।
Psalm 142:6 in Oriya 6 ମୋ' କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋ' ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋ' ଅପେକ୍ଷା ବଳବାନ।
Psalm 146:7 in Oriya 7 ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।
Isaiah 37:30 in Oriya 30 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।
Isaiah 60:1 in Oriya 1 ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
Ezekiel 43:2 in Oriya 2 ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା।
Daniel 3:24 in Oriya 24 ଏଥିରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ ? ସେମାନେ ରାଜାକୁ ଉତ୍ତର କରି କହିଲେ, ସତ୍ୟ ମହାରାଜ।
Daniel 6:22 in Oriya 22 ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।
Micah 7:9 in Oriya 9 ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋ' ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।
Habakkuk 3:4 in Oriya 4 ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ।
Habakkuk 3:11 in Oriya 11 ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ।
Luke 2:9 in Oriya 9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।
Luke 24:4 in Oriya 4 ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳ ବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
Acts 2:24 in Oriya 24 କିନ୍ତୁ ଈଶ୍ୱର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।
Acts 5:19 in Oriya 19 କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,
Acts 9:3 in Oriya 3 ପରେ ସେ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକିଉଠିଲା।
Acts 10:30 in Oriya 30 କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,
Acts 12:6 in Oriya 6 ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଶିକୁଳିରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ।
Acts 12:23 in Oriya 23 ତତ୍କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ୱରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।
Acts 16:26 in Oriya 26 ସେତେବେଳେ ହଠାତ୍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା।
Acts 27:23 in Oriya 23 ଯେଣୁ ମୁଁ ଯେଉଁ ଈଶ୍ୱରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,
Ephesians 5:14 in Oriya 14 ଏଣୁ ଉକ୍ତ ଅଛି, ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।
Hebrews 1:14 in Oriya 14 ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି ?
Revelation 18:1 in Oriya 1 ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା।