Acts 13:10 in Oriya 10 ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ ?
Other Translations King James Version (KJV) And said, O full of all subtilty and all mischief, thou child of the devil, thou enemy of all righteousness, wilt thou not cease to pervert the right ways of the Lord?
American Standard Version (ASV) and said, O full of all guile and all villany, thou son of the devil, thou enemy of all righteousness, wilt thou not cease to pervert the right ways of the Lord?
Bible in Basic English (BBE) O you, who are full of false tricks and evil ways, a son of the Evil One, hating all righteousness, will you for ever be turning people from the right ways of the Lord?
Darby English Bible (DBY) said, O full of all deceit and all craft: son of [the] devil, enemy of all righteousness; wilt thou not cease perverting the right paths of [the] Lord?
World English Bible (WEB) and said, "Full of all deceit and all cunning, you son of the devil, you enemy of all righteousness, will you not cease to pervert the right ways of the Lord?
Young's Literal Translation (YLT) said, `O full of all guile, and all profligacy, son of a devil, enemy of all righteousness, wilt thou not cease perverting the right ways of the Lord?
Cross Reference Genesis 3:15 in Oriya 15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
Genesis 18:19 in Oriya 19 ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
2 Chronicles 17:6 in Oriya 6 ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ।
Ecclesiastes 9:3 in Oriya 3 ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।
Jeremiah 23:36 in Oriya 36 ପୁଣି, “ସଦାପ୍ରଭୁଙ୍କର ପ୍ରତ୍ୟାଦେଶ” ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ପ୍ରତ୍ୟାଦେଶ ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟସକଳ ବିପରୀତ କରିଅଛ।
Hosea 14:9 in Oriya 9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।
Matthew 3:7 in Oriya 7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
Matthew 13:38 in Oriya 38 କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;
Matthew 15:19 in Oriya 19 କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Matthew 23:25 in Oriya 25 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।
Luke 11:39 in Oriya 39 ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳୀର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ।
Luke 11:52 in Oriya 52 ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ।
John 1:23 in Oriya 23 ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।
John 8:44 in Oriya 44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।
Acts 8:20 in Oriya 20 କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଇଶ୍ବରଙ୍କ ଦାନ କିଣିବାକୁ ଭାବିଲ।
Acts 18:25 in Oriya 25 ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବେଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;
Acts 20:30 in Oriya 30 ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।
2 Corinthians 11:3 in Oriya 3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।
Galatians 1:7 in Oriya 7 ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।
2 Peter 2:15 in Oriya 15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;
1 John 3:8 in Oriya 8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଇଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।