Acts 13:2 in Oriya 2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
Other Translations King James Version (KJV) As they ministered to the Lord, and fasted, the Holy Ghost said, Separate me Barnabas and Saul for the work whereunto I have called them.
American Standard Version (ASV) And as they ministered to the Lord, and fasted, the Holy Spirit said, Separate me Barnabas and Saul for the work whereunto I have called them.
Bible in Basic English (BBE) And while they were doing the Lord's work, and going without food, the Holy Spirit said, Let Barnabas and Saul be given to me for the special work for which they have been marked out by me.
Darby English Bible (DBY) And as they were ministering to the Lord and fasting, the Holy Spirit said, Separate me now Barnabas and Saul for the work to which I have called them.
World English Bible (WEB) As they served the Lord and fasted, the Holy Spirit said, "Separate Barnabas and Saul for me, for the work to which I have called them."
Young's Literal Translation (YLT) and in their ministering to the Lord and fasting, the Holy Spirit said, `Separate ye to me both Barnabas and Saul to the work to which I have called them,'
Cross Reference Numbers 8:11 in Oriya 11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ।
Deuteronomy 10:8 in Oriya 8 ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବା କର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।
1 Samuel 2:11 in Oriya 11 ଏଉତ୍ତାରେ ଇଲ୍କାନା ରାମାସ୍ଥିତ ଆପଣା ଗୃହକୁ ଗଲା। ପୁଣି, ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା।
1 Chronicles 16:4 in Oriya 4 ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।
1 Chronicles 16:37 in Oriya 37 ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ରଖିଲେ
Daniel 9:3 in Oriya 3 ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।
Matthew 6:16 in Oriya 16 ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 9:14 in Oriya 14 ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି ?
Matthew 9:38 in Oriya 38 ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର।
Luke 2:37 in Oriya 37 ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।
Luke 10:1 in Oriya 1 ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ।
Acts 6:4 in Oriya 4 କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା।
Acts 8:29 in Oriya 29 ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର।
Acts 9:15 in Oriya 15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;
Acts 10:19 in Oriya 19 ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି।
Acts 10:30 in Oriya 30 କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,
Acts 13:3 in Oriya 3 ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।
Acts 14:26 in Oriya 26 ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଇଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।
Acts 16:6 in Oriya 6 ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
Acts 20:28 in Oriya 28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
Acts 22:21 in Oriya 21 ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ।
Romans 1:1 in Oriya 1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ୱର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,
Romans 10:15 in Oriya 15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ ? ଯେପରି ଲେଖା ଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।
Romans 15:16 in Oriya 16 କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଇଶ୍ବରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି।
1 Corinthians 7:5 in Oriya 5 ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ୍ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ।
1 Corinthians 12:11 in Oriya 11 କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି।
2 Corinthians 6:5 in Oriya 5 ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,
2 Corinthians 11:27 in Oriya 27 ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ , ଅନେକ ଥର ଉପବାସରେ, ଶୀତ ଓ ଉଲଙ୍ଗତାରେ।
Galatians 1:15 in Oriya 15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,
Galatians 2:8 in Oriya 8 (କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୂଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),
Ephesians 3:7 in Oriya 7 ଇଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।
Colossians 4:17 in Oriya 17 ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ।
1 Timothy 2:7 in Oriya 7 ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।
2 Timothy 1:11 in Oriya 11 ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି
2 Timothy 2:2 in Oriya 2 ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହି ସବୁ ଅର୍ପଣ କର।
2 Timothy 4:5 in Oriya 5 କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର।
2 Timothy 4:11 in Oriya 11 କେବଳ ଲୂକ ମୋ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ।
Hebrews 5:4 in Oriya 4 ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଇଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ।