Acts 13:22 in Oriya 22 ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦକୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ।
Other Translations King James Version (KJV) And when he had removed him, he raised up unto them David to be their king; to whom also he gave their testimony, and said, I have found David the son of Jesse, a man after mine own heart, which shall fulfil all my will.
American Standard Version (ASV) And when he had removed him, he raised up David to be their king; to whom also he bare witness and said, I have found David the son of Jesse, a man after My heart, who shall do all My will.
Bible in Basic English (BBE) And having put him on one side, he made David their king, to whom he gave witness, saying, I have taken David, the son of Jesse, a man dear to my heart, who will do all my pleasure.
Darby English Bible (DBY) And having removed him he raised up to them David for king, of whom also bearing witness he said, I have found David, the son of Jesse, a man after my heart, who shall do all my will.
World English Bible (WEB) When he had removed him, he raised up David to be their king, to whom he also testified, 'I have found David the son of Jesse, a man after my heart, who will do all my will.'
Young's Literal Translation (YLT) and having removed him, He did raise up to them David for king, to whom also having testified, he said, I found David, the `son' of Jesse, a man according to My heart, who shall do all My will.
Cross Reference 1 Samuel 12:25 in Oriya 25 ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।
1 Samuel 13:13 in Oriya 13 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାଆନ୍ତେ।
1 Samuel 15:11 in Oriya 11 ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ। ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।
1 Samuel 15:23 in Oriya 23 ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।
1 Samuel 15:26 in Oriya 26 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।
1 Samuel 15:28 in Oriya 28 ଏଣୁ ଶାମୁୟେଲ ତାଙ୍କୁ କହିଲେ, ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକି ତାହା ଦେଲେ।
1 Samuel 16:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।
1 Samuel 16:13 in Oriya 13 ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।
1 Samuel 28:16 in Oriya 16 ଏଥିରେ ଶାମୁୟେଲ କହିଲେ, ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ ?
1 Samuel 31:6 in Oriya 6 ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକ ସଙ୍ଗରେ ମଲେ।
2 Samuel 2:4 in Oriya 4 ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଗିଲୀୟଦ ଅଞ୍ଚଳର ଯାବେଶ୍ ନଗରର ଲୋକମାନେ ଶାଉଲଙ୍କୁ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କୁ ଜଣାଇଲେ।
2 Samuel 5:3 in Oriya 3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
2 Samuel 7:8 in Oriya 8 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ;
2 Samuel 7:15 in Oriya 15 ମାତ୍ର ତୁମ୍ଭ ସମ୍ମୁଖରୁ ଦୂରୀକୃତ ଶାଉଲଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଆମ୍ଭର ଦୟା ଦୂର ହେବ ନାହିଁ।
1 Kings 15:3 in Oriya 3 ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା।
1 Kings 15:5 in Oriya 5 କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।
1 Chronicles 10:13 in Oriya 13 ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ସତ୍ୟଲଙ୍ଘନ ହେତୁରୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।
1 Chronicles 28:4 in Oriya 4 ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା-ବଂଶ ମଧ୍ୟରୁ ମୋ' ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋ' ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋ'ଠାରେ ସନ୍ତୁଷ୍ଟ ହେଲେ;
Psalm 2:6 in Oriya 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।
Psalm 78:70 in Oriya 70 ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।
Psalm 89:19 in Oriya 19 ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।
Jeremiah 33:21 in Oriya 21 ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ହେବ ନାହିଁ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ମଧ୍ୟ ଭଗ୍ନ କରାଯାଇ ପାରିବ।
Jeremiah 33:26 in Oriya 26 ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”
Ezekiel 34:23 in Oriya 23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
Ezekiel 37:24 in Oriya 24 ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।
Hosea 3:5 in Oriya 5 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”
Hosea 13:10 in Oriya 10 ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ ? ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି ?
Acts 7:46 in Oriya 46 ଦାଉଦ ଇଶ୍ବରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଇଶ୍ବରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ।
Acts 15:8 in Oriya 8 ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି।
Hebrews 11:4 in Oriya 4 ବିଶ୍ୱାସ ଦ୍ୱାରା ହେବଲ ଇଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ୱର ନିଜେ ତାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।