Acts 13:27 in Oriya 27 କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,
Other Translations King James Version (KJV) For they that dwell at Jerusalem, and their rulers, because they knew him not, nor yet the voices of the prophets which are read every sabbath day, they have fulfilled them in condemning him.
American Standard Version (ASV) For they that dwell in Jerusalem, and their rulers, because they knew him not, nor the voices of the prophets which are read every sabbath, fulfilled `them' by condemning `him'.
Bible in Basic English (BBE) For the men of Jerusalem and their rulers, having no knowledge of him, or of the sayings of the prophets which come to their ears every Sabbath day, gave effect to them by judging him.
Darby English Bible (DBY) for those who dwell in Jerusalem, and their rulers, not having known him, have fulfilled also the voices of the prophets which are read on every sabbath, [by] judging [him].
World English Bible (WEB) For those who dwell in Jerusalem, and their rulers, because they didn't know him, nor the voices of the prophets which are read every Sabbath, fulfilled them by condemning him.
Young's Literal Translation (YLT) for those dwelling in Jerusalem, and their chiefs, this one not having known, also the voices of the prophets, which every sabbath are being read -- having judged `him' -- did fulfill,
Cross Reference Genesis 50:20 in Oriya 20 ତୁମ୍ଭେମାନେ ମୋ' ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।
Matthew 22:29 in Oriya 29 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଇଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ।
Matthew 26:54 in Oriya 54 ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ ?
Luke 22:34 in Oriya 34 କିନ୍ତୁ ସେ କହିଲେ, ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବା।
Luke 24:20 in Oriya 20 ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ।
Luke 24:24 in Oriya 24 ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ
Luke 24:44 in Oriya 44 ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।
John 8:28 in Oriya 28 ଅତଏବ, ଯୀଶୁ କହିଲେ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ।
John 15:21 in Oriya 21 କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ।
John 16:3 in Oriya 3 ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାଁନ୍ତି।
John 19:28 in Oriya 28 ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, ମୋତେ ତୃଷା ଲାଗୁଅଛି।
John 19:36 in Oriya 36 କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ।
Acts 3:17 in Oriya 17 ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।
Acts 13:14 in Oriya 14 ସେମାନେ ପର୍ଗୀଠାରେ ଯାତ୍ରା କରି ପିସିଦିଆର ଆନ୍ତିୟଖିଆରେ ପହଞ୍ଚିଲେ, ଆଉ ବିଶ୍ରାମବାରରେ ସମାଜଗୃହକୁ ଯାଇ ବସିଲେ।
Acts 15:21 in Oriya 21 କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାରରେ ସମାଜଗୃହସମୂହରେ ତାହାଙ୍କ ମୋଶାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି।
Acts 26:22 in Oriya 22 ଅତଏବ, ଈଶ୍ୱରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ କ୍ଷୁଦ୍ର ଓ ମହାନ ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହି ସବୁ ଛଡ଼ା ଆଉ କିଛି କହୁ ନାହିଁ,
Acts 28:23 in Oriya 23 ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଇଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
Romans 11:8 in Oriya 8 ଯେପରି ଲେଖା ଅଛି, “ଈଶ୍ୱର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ।
Romans 11:25 in Oriya 25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
1 Corinthians 2:8 in Oriya 8 ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାଁନ୍ତି, କାରଣ ସେମାନେ ତାହା ଜାଣିଥିଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;
2 Corinthians 3:14 in Oriya 14 କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ।
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
1 Timothy 1:13 in Oriya 13 ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;