Acts 13:38 in Oriya 38 ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
Other Translations King James Version (KJV) Be it known unto you therefore, men and brethren, that through this man is preached unto you the forgiveness of sins:
American Standard Version (ASV) Be it known unto you therefore, brethren, that through this man is proclaimed unto you remission of sins:
Bible in Basic English (BBE) And so, let it be clear to you, my brothers, that through this man forgiveness of sins is offered to you:
Darby English Bible (DBY) Be it known unto you, therefore, brethren, that through this man remission of sins is preached to you,
World English Bible (WEB) Be it known to you therefore, brothers{The word for "brothers" here and where the context allows may also be correctly translated "brothers and sisters" or "siblings."}, that through this man is proclaimed to you remission of sins,
Young's Literal Translation (YLT) `Let it therefore be known to you, men, brethren, that through this one to you is the forgiveness of sins declared,
Cross Reference Psalm 32:1 in Oriya 1 ଦାଉଦଙ୍କ ଗୀତ। ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।
Psalm 130:4 in Oriya 4 ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।
Psalm 130:7 in Oriya 7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।
Jeremiah 31:34 in Oriya 34 ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ' ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
Ezekiel 36:32 in Oriya 32 ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଆପଣା ଆପଣାର ଆଚରଣ ସକାଶୁ ଲଜ୍ଜିତ ଓ ବିଷର୍ଣ୍ଣ ହୁଅ।
Daniel 3:18 in Oriya 18 ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ-ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।
Daniel 9:24 in Oriya 24 ଆଜ୍ଞା ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ପବିତ୍ରତମଙ୍କୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Zechariah 13:1 in Oriya 1 ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।
Luke 24:47 in Oriya 47 ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
John 1:29 in Oriya 29 ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଇଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।
Acts 2:14 in Oriya 14 କିନ୍ତୁ ପିତର ଏଗାର ଜଣଙ୍କ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚ ସ୍ଵରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୂଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ।
Acts 2:38 in Oriya 38 ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
Acts 4:10 in Oriya 10 ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।
Acts 5:31 in Oriya 31 ପୁଣି, ସେ ଯେପରି ଇସ୍ରାଏଲକୁ ମନ ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂୂପେ ଉନ୍ନତ କରିଅଛନ୍ତି।
Acts 10:43 in Oriya 43 ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।
Acts 28:28 in Oriya 28 ଅତଏବ ଇଶ୍ବରଙ୍କ ଏହି ପରିତ୍ରାଣ ଅଣଯିହୂଦୀମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହୁଅନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ।
2 Corinthians 5:18 in Oriya 18 କିନ୍ତୁ ସମସ୍ତ ବିଷୟ ଈଶ୍ୱରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;
Ephesians 1:7 in Oriya 7 ତାହାଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
Ephesians 4:32 in Oriya 32 ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
Colossians 1:14 in Oriya 14 ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍, ପାପ କ୍ଷମା ପାଇଅଛୁ।
Hebrews 8:6 in Oriya 6 କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ ହୋଇଅଛନ୍ତି।
Hebrews 8:12 in Oriya 12 କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।
Hebrews 9:9 in Oriya 9 ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହି ସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରି ପାରେ ନାହିଁ;
Hebrews 9:22 in Oriya 22 ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ।
Hebrews 10:4 in Oriya 4 କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ।
1 John 2:1 in Oriya 1 ହେ ମୋହର ପ୍ରିୟମାନେ, ତୁମ୍ଭେମାନେ ଯେପରି ପାପ ନ କର, ଏଥି ନିମନ୍ତେ ମୁଁ ଏହି ସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।
1 John 2:12 in Oriya 12 ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି।