Acts 13:39 in Oriya 39 ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇ ପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।
Other Translations King James Version (KJV) And by him all that believe are justified from all things, from which ye could not be justified by the law of Moses.
American Standard Version (ASV) and by him every one that believeth is justified from all things, from which ye could not be justified by the law of Moses.
Bible in Basic English (BBE) And through him everyone who has faith is made free from all those things, from which the law of Moses was not able to make you free.
Darby English Bible (DBY) and from all things from which ye could not be justified in the law of Moses, in him every one that believes is justified.
World English Bible (WEB) and by him everyone who believes is justified from all things, from which you could not be justified by the law of Moses.
Young's Literal Translation (YLT) and from all things from which ye were not able in the law of Moses to be declared righteous, in this one every one who is believing is declared righteous;
Cross Reference Job 9:20 in Oriya 20 ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ। ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ।
Job 25:4 in Oriya 4 ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ ?
Psalm 143:2 in Oriya 2 ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।
Isaiah 53:11 in Oriya 11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
Jeremiah 31:32 in Oriya 32 ମିସର ଦେଶରୁ ସେମାନଙ୍କର ପିତୃପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”
Habakkuk 2:4 in Oriya 4 ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।
Luke 10:25 in Oriya 25 ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?
Luke 10:28 in Oriya 28 ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ।
Luke 18:14 in Oriya 14 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।
John 1:17 in Oriya 17 କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।
John 5:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
Acts 10:43 in Oriya 43 ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।
Romans 3:19 in Oriya 19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଇଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
Romans 3:24 in Oriya 24 ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।
Romans 4:5 in Oriya 5 କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତାହାଙ୍କଠାରେ ବିଶ୍ୱାସ କରେ, ତାହା ପକ୍ଷରେ ତା'ର ବିଶ୍ୱାସ ଧାର୍ମିକତା ବୋଲି ଗଣିତ ହୁଏ।
Romans 4:15 in Oriya 15 କାରଣ ମୋଶାଙ୍କ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ମୋଶାଙ୍କ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ।
Romans 4:24 in Oriya 24 ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ୱାସ କରୁଅଛୁ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;
Romans 5:1 in Oriya 1 ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;
Romans 5:9 in Oriya 9 ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଇଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା।
Romans 5:20 in Oriya 20 ଏହାଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
Romans 7:9 in Oriya 9 ଆଉ, ମୁଁ ଏକ ସମୟରେ ମୋଶାଙ୍କ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି;
Romans 8:1 in Oriya 1 ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।
Romans 8:3 in Oriya 3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,
Romans 8:30 in Oriya 30 ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ।
Romans 9:31 in Oriya 31 କିନ୍ତୁ ଇସ୍ରାଏଲ ଧାର୍ମିକତାର ମୋଶାଙ୍କ ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ମୋଶାଙ୍କ ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ।
Romans 10:4 in Oriya 4 କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ମୋଶାଙ୍କ ବ୍ୟବସ୍ଥାର ଶେଷ ଅଟନ୍ତି।
Romans 10:10 in Oriya 10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।
1 Corinthians 6:11 in Oriya 11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଇଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।
Galatians 2:16 in Oriya 16 ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।
Galatians 2:19 in Oriya 19 ଯେଣୁ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି।
Galatians 3:8 in Oriya 8 ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”
Galatians 3:10 in Oriya 10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”
Galatians 3:21 in Oriya 21 ତେବେ ମୋଶାଙ୍କ ବ୍ୟବସ୍ଥା କି ଇଶ୍ବରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା।
Galatians 5:3 in Oriya 3 ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ।
Philippians 3:6 in Oriya 6 ଉଦ୍ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।
Hebrews 7:19 in Oriya 19 (କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଇଶ୍ବରଙ୍କ ନିକଟବର୍ତ୍ତୀ ହେଉ।
Hebrews 9:9 in Oriya 9 ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହି ସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରି ପାରେ ନାହିଁ;
Hebrews 10:4 in Oriya 4 କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ।
Hebrews 10:11 in Oriya 11 ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକ ପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହି ସବୁ କେବେ ପାପ ହରଣ କରି ପାରେ ନାହିଁ।