Acts 13:45 in Oriya 45 କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା।
Other Translations King James Version (KJV) But when the Jews saw the multitudes, they were filled with envy, and spake against those things which were spoken by Paul, contradicting and blaspheming.
American Standard Version (ASV) But when the Jews saw the multitudes, they were filled with jealousy, and contradicted the things which were spoken by Paul, and blasphemed.
Bible in Basic English (BBE) But when the Jews saw such a great number of people, they were full of envy and said evil words against Paul's preaching.
Darby English Bible (DBY) But the Jews, seeing the crowds, were filled with envy, and contradicted the things said by Paul, [contradicting and] speaking injuriously.
World English Bible (WEB) But when the Jews saw the multitudes, they were filled with jealousy, and contradicted the things which were spoken by Paul, and blasphemed.
Young's Literal Translation (YLT) and the Jews having seen the multitudes, were filled with zeal, and did contradict the things spoken by Paul -- contradicting and speaking evil.
Cross Reference Genesis 37:11 in Oriya 11 ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।
Numbers 11:29 in Oriya 29 ତେବେ ମୋଶା କହିଲେ, “ତୁମ୍ଭେ ମୋ' ସକାଶୁ କ'ଣ ଈର୍ଷା କରୁଅଛ ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍-ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ !”
Ecclesiastes 4:4 in Oriya 4 ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
Isaiah 26:11 in Oriya 11 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Matthew 27:18 in Oriya 18 କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ।
Luke 15:25 in Oriya 25 ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି,
Acts 5:17 in Oriya 17 ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ଜ୍ୱଳିତ ହୋଇ ଉଠିଲେ
Acts 6:9 in Oriya 9 କିନ୍ତୁ ଲିବର୍ତ୍ତୀନ, କୂୂରୀଣୀୟ ଓ ଅାଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୂଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଆସିଆ ଅଞ୍ଚଳମାନଙ୍କରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
Acts 17:5 in Oriya 5 କିନ୍ତୁ ଯିହୂଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।
Acts 18:6 in Oriya 6 କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୂଦୀମାନଙ୍କ ନିକଟକୁ ଯିବି।
Acts 19:9 in Oriya 9 କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ।
Romans 1:29 in Oriya 29 ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;
1 Corinthians 3:3 in Oriya 3 ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ ?
Galatians 5:21 in Oriya 21 ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
1 Thessalonians 2:16 in Oriya 16 କାରଣ ଅଣଯିହୂଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।
James 3:14 in Oriya 14 କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ।
James 4:5 in Oriya 5 ନା ତୁମ୍ଭେମାନେ କ'ଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି ?
1 Peter 4:4 in Oriya 4 ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;
Jude 1:10 in Oriya 10 ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।