Acts 13:50 in Oriya 50 କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।
Other Translations King James Version (KJV) But the Jews stirred up the devout and honourable women, and the chief men of the city, and raised persecution against Paul and Barnabas, and expelled them out of their coasts.
American Standard Version (ASV) But the Jews urged on the devout women of honorable estate, and the chief men of the city, and stirred up a persecution against Paul and Barnabas, and cast them out of their borders.
Bible in Basic English (BBE) But the Jews, working up the feelings of the God-fearing women of high position and of the chief men of the town, got an attack started against Paul and Barnabas, driving them out of those parts.
Darby English Bible (DBY) But the Jews excited the women of the upper classes who were worshippers, and the first people of the city, and raised a persecution against Paul and Barnabas, and cast them out of their coasts.
World English Bible (WEB) But the Jews stirred up the devout and prominent women and the chief men of the city, and stirred up a persecution against Paul and Barnabas, and threw them out of their borders.
Young's Literal Translation (YLT) And the Jews stirred up the devout and honourable women, and the first men of the city, and did raise persecution against Paul and Barnabas, and did put them out from their borders;
Cross Reference 1 Kings 21:25 in Oriya 25 ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
Isaiah 66:5 in Oriya 5 ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ।
Amos 7:12 in Oriya 12 ଆହୁରି, ଅମତ୍ସୀୟ ଆମୋଷଙ୍କୁ କହିଲା, “ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
Matthew 10:23 in Oriya 23 କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ।
Mark 5:17 in Oriya 17 ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ।
Acts 2:5 in Oriya 5 ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୂଦୀମାନେ ଆସି ଯିରୂୂଶାଲମରେ ବାସ କରୁଥିଲେ।
Acts 6:12 in Oriya 12 ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାହାଙ୍କୁୁ ବଳରେ ଧରି ମହାସଭାକୁ ଆଣିଲେ,
Acts 8:1 in Oriya 1 ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।
Acts 13:43 in Oriya 43 ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଇଶ୍ବରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ।
Acts 13:45 in Oriya 45 କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା।
Acts 14:2 in Oriya 2 କିନ୍ତୁ ଯେଉଁ ଯିହୂଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୂଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ।
Acts 14:19 in Oriya 19 କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୂଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ।
Acts 16:37 in Oriya 37 କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ,ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ିଦେଉଅଛନ୍ତି ? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ।
Acts 17:13 in Oriya 13 କିନ୍ତୁ ଯେତେବେଳେ ଥେସଲନୀକୀୟ ଯିହୂଦୀମାନେ ଜାଣିଲେ ଯେ, ଇଶ୍ବରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ।
Acts 21:27 in Oriya 27 ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଆସିଆର ଯିହୂଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ,
Romans 10:2 in Oriya 2 କାରଣ ଇଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ।
1 Corinthians 1:26 in Oriya 26 କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାଁନ୍ତି;
1 Thessalonians 2:15 in Oriya 15 ସେହି ଯିହୂଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡନା କଲେ; ସେମାନେ ଇଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,
2 Timothy 3:11 in Oriya 11 ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରାରେ ମୋ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ।
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?