Cross Reference Genesis 1:1 in Oriya 1 ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
Genesis 41:16 in Oriya 16 ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”
Exodus 20:11 in Oriya 11 ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।
Deuteronomy 5:26 in Oriya 26 କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି ?
Deuteronomy 32:21 in Oriya 21 ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।
Joshua 3:10 in Oriya 10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପିରିସୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।
1 Samuel 12:21 in Oriya 21 ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।
1 Samuel 17:26 in Oriya 26 ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କ'ଣ କରାଯିବ ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ ?
1 Samuel 17:36 in Oriya 36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।
1 Kings 16:13 in Oriya 13 ବାଶା ଓ ତାଙ୍କର ପୁତ୍ର ଏଲା ଆପଣାମାନଙ୍କ ଅସାରତା ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଯେଉଁ ପାପ କଲେ ଓ ଇସ୍ରାଏଲକୁ ପାପ କରାଇଲେ, ବାଶାଙ୍କର ସେହି ସମସ୍ତ ପାପ ଓ ତାଙ୍କର ପୁତ୍ର ଏଲାଙ୍କର ପାପ ଏଥିର କାରଣ।
1 Kings 16:26 in Oriya 26 କାରଣ ସେ ନବାଟର ପୁତ୍ର ଯାରବୀୟାମଙ୍କର ସକଳ ପଥରେ ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ଆପଣାମାନଙ୍କ ଅସାରତା ଦ୍ୱାରା ବିରକ୍ତ କରିବା ପାଇଁ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପ-ପଥରେ ଅମ୍ରି ଚାଲିଲେ।
2 Kings 19:4 in Oriya 4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”
2 Kings 19:16 in Oriya 16 ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।
Psalm 31:6 in Oriya 6 ଯେଉଁମାନେ ମିଥ୍ୟା ଅସାର ବିଷୟ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।
Psalm 33:6 in Oriya 6 ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।
Psalm 124:8 in Oriya 8 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।
Psalm 146:5 in Oriya 5 ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;
Proverbs 8:23 in Oriya 23 ଅନାଦିକାଳରୁ ଅବା ଆଦ୍ୟକାଳଠାରୁ ଅବା ପୃଥିବୀର ମୂଳସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
Isaiah 44:9 in Oriya 9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
Isaiah 44:19 in Oriya 19 କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, “ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା ? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା ?
Isaiah 45:18 in Oriya 18 କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
Isaiah 45:20 in Oriya 20 ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।
Isaiah 46:7 in Oriya 7 ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ।
Jeremiah 8:19 in Oriya 19 ଦେଖ, ଅତି ଦୂର ଦେଶରୁ ମୋ' ଲୋକଙ୍କ କନ୍ୟାର ଆର୍ତ୍ତନାଦ; ସଦାପ୍ରଭୁ କ'ଣ ସିୟୋନରେ ନାହାନ୍ତି ? ତହିଁର ରାଜା କ'ଣ ତହିଁ ମଧ୍ୟରେ ନାହାନ୍ତି ? ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି ?
Jeremiah 10:3 in Oriya 3 ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।
Jeremiah 10:8 in Oriya 8 ସେମାନେ ସମସ୍ତେ ପଶୁବତ୍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
Jeremiah 10:10 in Oriya 10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।
Jeremiah 10:14 in Oriya 14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Jeremiah 14:22 in Oriya 22 ଅନ୍ୟ ଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି ? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରି ପାରେ ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।
Jeremiah 32:17 in Oriya 17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
Daniel 2:28 in Oriya 28 ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
Daniel 6:26 in Oriya 26 ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।
Amos 2:4 in Oriya 4 ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
Jonah 2:8 in Oriya 8 ଯେଉଁମାନେ ମିଥ୍ୟା ଅସାର ବସ୍ତୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।
Zechariah 12:1 in Oriya 1 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।
Matthew 16:16 in Oriya 16 ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଇଶ୍ବରଙ୍କ ପୁତ୍ର।
John 5:26 in Oriya 26 କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;
John 7:18 in Oriya 18 ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।
Acts 3:12 in Oriya 12 ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି ? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି ?
Acts 4:24 in Oriya 24 ସେମାନେ ତାହା ଶୁଣି ଏକଚିତ୍ତରେ ଇଶ୍ବରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ।
Acts 7:26 in Oriya 26 ପରଦିନ ସେମାନେ ଝଗଡ଼ା କରୁଥିବା ସମୟରେ ସେ ଦେଖା ଦେଇ ସେମାନଙ୍କୁ ମିଳନ କରିବା ଉଦ୍ଦେଶ୍ୟରେ କହିଲେ, ଆହେ, ତୁମ୍ଭେମାନେ ପରସ୍ପର ଭାଇ, କାହିଁକି ଏକ ଆରେକ ପ୍ରତି ଅନ୍ୟାୟ କରୁଅଛ ?
Acts 10:26 in Oriya 26 କିନ୍ତୁ ପିତର ତାହାଙ୍କୁ ଉଠାଇ କହିଲେ, ଠିଆ ହୁଅ; ମୁଁ ମଧ୍ୟ ଜଣେ ମନୁଷ୍ୟ।
Acts 12:22 in Oriya 22 ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ।
Acts 13:32 in Oriya 32 ଆଉ ପିତୃପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,
Acts 14:7 in Oriya 7 ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
Acts 14:21 in Oriya 21 ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
Acts 16:30 in Oriya 30 ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କ'ଣ କରିବାକୁ ହେବ ?
Acts 17:16 in Oriya 16 ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା।
Acts 17:24 in Oriya 24 ଯେଉଁ ଈଶ୍ୱର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,
Acts 26:17 in Oriya 17 ସ୍ୱଜାତି ଓ ଅଣଯିହୂଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଇଶ୍ବରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,
Acts 27:10 in Oriya 10 ମହାଶୟମାନେ ଏହି ଜଳଯାତ୍ରା ଯେ କେବଳ ମାଲ ଓ ଜାହାଜର ଅନିଷ୍ଟ ହେବ, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ପ୍ରାଣର ମଧ୍ୟ ଯେ ଅନିଷ୍ଟ ଓ କ୍ଷତିକାରକ ହେବ, ଏହା ମୁଁ ଜାଣୁଅଛି।
Acts 27:21 in Oriya 21 ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ୍ ଥିଲା।
Acts 27:25 in Oriya 25 ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ୱରଙ୍କଠାରେ ମୋହର ବିଶ୍ୱାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ।
Romans 1:20 in Oriya 20 ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।
1 Corinthians 8:4 in Oriya 4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ।
Ephesians 4:17 in Oriya 17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
1 Thessalonians 1:9 in Oriya 9 ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ,
1 Timothy 3:15 in Oriya 15 ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଇଶ୍ବରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଇଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।
Hebrews 3:12 in Oriya 12 ହେ ଭାଇମାନେ, ସାବଧାନ,ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ।
James 5:17 in Oriya 17 ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;
Revelation 14:7 in Oriya 7 ଈଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର।
Revelation 19:10 in Oriya 10 ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।
Revelation 19:19 in Oriya 19 ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକୁ ସେହି ଅଶ୍ୱାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି।
Revelation 22:9 in Oriya 9 କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର।