Acts 14:17 in Oriya 17 ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାଁନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।
Other Translations King James Version (KJV) Nevertheless he left not himself without witness, in that he did good, and gave us rain from heaven, and fruitful seasons, filling our hearts with food and gladness.
American Standard Version (ASV) And yet He left not himself without witness, in that he did good and gave you from heaven rains and fruitful seasons, filling your hearts with food and gladness.
Bible in Basic English (BBE) But he was not without witness, because he did good, and gave you rain from heaven and times of fruit, making your hearts full of food and joy.
Darby English Bible (DBY) though indeed he did not leave himself without witness, doing good, and giving to you from heaven rain and fruitful seasons, filling your hearts with food and gladness.
World English Bible (WEB) Yet he didn't leave himself without witness, in that he did good and gave you{TR reads "us" instead of "you"} rains from the sky and fruitful seasons, filling our hearts with food and gladness."
Young's Literal Translation (YLT) though, indeed, without witness He did not leave himself, doing good -- from heaven giving rains to us, and fruitful seasons, filling our hearts with food and gladness;'
Cross Reference Leviticus 26:4 in Oriya 4 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟି ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।
Deuteronomy 8:12 in Oriya 12 ନୋହିଲେ ତୁମ୍ଭେ ଭୋଜନ କରି ତୃପ୍ତ ହେଲେ ଓ ଉତ୍ତମ ଗୃହ ନିର୍ମାଣ କରି ତହିଁରେ ବାସ କଲେ,
Deuteronomy 11:14 in Oriya 14 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍, ଆଦ୍ୟବୃଷ୍ଟି ଓ ଶେଷବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।
Deuteronomy 28:12 in Oriya 12 ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ।
1 Kings 18:1 in Oriya 1 ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।
Nehemiah 9:25 in Oriya 25 ତହିଁରେ ସେମାନେ ପ୍ରାଚୀରବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।
Job 5:10 in Oriya 10 ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି।
Job 37:6 in Oriya 6 କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼; ସେ ସାମାନ୍ୟ ବୃଷ୍ଟିକି ଓ ଆପଣାର ପ୍ରବଳ ବୃଷ୍ଟିକି ସେହିପରି କହନ୍ତି।
Job 38:26 in Oriya 26 କିଏ ପୃଥିବୀର ନିର୍ଜନ ସ୍ଥାନରେ ଓ ନରଶୂନ୍ୟ ପ୍ରାନ୍ତରରେ ବର୍ଷାଇବାକୁ,
Psalm 19:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଆକାଶମଣ୍ଡଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।
Psalm 36:5 in Oriya 5 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।
Psalm 52:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ ?
Psalm 65:9 in Oriya 9 ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ।
Psalm 68:9 in Oriya 9 ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।
Psalm 104:24 in Oriya 24 ହେ ସଦାପ୍ରଭୁ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।
Psalm 145:9 in Oriya 9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।
Psalm 145:15 in Oriya 15 ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ।
Psalm 147:7 in Oriya 7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;
Isaiah 5:6 in Oriya 6 ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।
Isaiah 22:13 in Oriya 13 ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; ଆସ, ଆମ୍ଭେମାନେ ଭୋଜନ ପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।
Jeremiah 5:24 in Oriya 24 ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ।
Jeremiah 14:22 in Oriya 22 ଅନ୍ୟ ଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି ? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରି ପାରେ ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।
Ezekiel 34:26 in Oriya 26 ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ୱରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ।
Joel 2:23 in Oriya 23 ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।
Matthew 5:45 in Oriya 45 ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।
Luke 6:35 in Oriya 35 ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଇଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।
Acts 17:27 in Oriya 27 ସେମାନେ ଯେପରି ଈଶ୍ୱରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାଁନ୍ତି।
Romans 1:19 in Oriya 19 ଯେଣୁ ଇଶ୍ବରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ୱର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି।
1 Timothy 6:17 in Oriya 17 ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,
James 5:17 in Oriya 17 ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;