Acts 14:23 in Oriya 23 ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।
Other Translations King James Version (KJV) And when they had ordained them elders in every church, and had prayed with fasting, they commended them to the Lord, on whom they believed.
American Standard Version (ASV) And when they had appointed for them elders in every church, and had prayed with fasting, they commended them to the Lord, on whom they had believed.
Bible in Basic English (BBE) And when they had made selection of some to be rulers in every church, and had given themselves to prayer and kept themselves from food, they put them into the care of the Lord in whom they had faith.
Darby English Bible (DBY) And having chosen them elders in each assembly, having prayed with fastings, they committed them to the Lord, on whom they had believed.
World English Bible (WEB) When they had appointed elders for them in every assembly, and had prayed with fasting, they commended them to the Lord, on whom they had believed.
Young's Literal Translation (YLT) and having appointed to them by vote elders in every assembly, having prayed with fastings, they commended them to the Lord in whom they had believed.
Cross Reference Mark 3:14 in Oriya 14 ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,
Luke 23:46 in Oriya 46 ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି। ଏହା କହି ସେ ପ୍ରାଣତ୍ୟାଗ କଲେ।
Acts 1:22 in Oriya 22 ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।
Acts 11:30 in Oriya 30 ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।
Acts 13:1 in Oriya 1 ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।
Acts 14:26 in Oriya 26 ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଇଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।
Acts 15:4 in Oriya 4 ପରେ ସେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହି ସବୁ ବର୍ଣ୍ଣନା କଲେ।
Acts 15:6 in Oriya 6 ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ।
Acts 15:23 in Oriya 23 ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୂଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।
Acts 20:17 in Oriya 17 ମୀଲୀତରୁ ସେ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।
Acts 20:32 in Oriya 32 ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।
1 Thessalonians 3:12 in Oriya 12 ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେହିପରି ପରସ୍ପର ସହିତ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ପ୍ରେମ ପ୍ରଭୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ।
2 Thessalonians 2:16 in Oriya 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
1 Timothy 5:1 in Oriya 1 ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି,
1 Timothy 5:17 in Oriya 17 ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।
1 Timothy 5:22 in Oriya 22 ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ।
2 Timothy 1:12 in Oriya 12 ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।
2 Timothy 2:2 in Oriya 2 ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହି ସବୁ ଅର୍ପଣ କର।
Titus 1:5 in Oriya 5 ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;
James 5:14 in Oriya 14 ତୁମ୍ଭମାନଙ୍କ ମଧ୍ୟରେ କ'ଣ କେହି ପୀଡ଼ିତ ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।
1 Peter 5:1 in Oriya 1 ଅତଏବ, ଜଣେ ସହପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,
1 Peter 5:10 in Oriya 10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ୱର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
2 John 1:1 in Oriya 1 ପ୍ରାଚୀନ ଯେ ମୁଁ, ମୁଁ ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି।
3 John 1:1 in Oriya 1 ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।