Cross Reference Genesis 9:4 in Oriya 4 ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ।
Genesis 35:2 in Oriya 2 ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁ ସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।
Exodus 20:3 in Oriya 3 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।
Exodus 20:23 in Oriya 23 ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।
Exodus 34:15 in Oriya 15 କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେ ସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ;
Leviticus 3:17 in Oriya 17 ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”
Leviticus 7:23 in Oriya 23 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ।
Leviticus 17:10 in Oriya 10 ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;
Numbers 25:2 in Oriya 2 ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।
Deuteronomy 12:16 in Oriya 16 କେବଳ ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ତାହା ଭୂମିରେ ଢାଳି ଦେବ।
Deuteronomy 12:23 in Oriya 23 କେବଳ ରକ୍ତ ଭୋଜନ ନ କରିବା ବିଷୟରେ ସତର୍କ ହୁଅ, କାରଣ ରକ୍ତ ହିଁ ପ୍ରାଣ ଅଟେ; ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।
Deuteronomy 14:21 in Oriya 21 ତୁମ୍ଭେମାନେ ସ୍ୱୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ କୌଣସି ବିଦେଶୀକୁ ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରି ପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।
Deuteronomy 15:23 in Oriya 23 କେବଳ ତୁମ୍ଭେ ତାହାର ରକ୍ତ ଭୋଜନ କରିବ ନାହିଁ, ତୁମ୍ଭେ ଜଳ ପରି ତାହା ଭୂମିରେ ଢାଳି ଦେବ।
1 Samuel 14:32 in Oriya 32 ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି, ମେଣ୍ଡା, ଗୋରୁ ଓ ବାଛୁରୀ ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ।
Psalm 106:37 in Oriya 37 ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।
Ezekiel 4:14 in Oriya 14 ସେତେବେଳେ ମୁଁ କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ କିଅବା ପଶୁ ଦ୍ୱାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋ' ମୁଖରେ ପ୍ରବେଶ କରି ନାହିଁ !”
Ezekiel 20:30 in Oriya 30 ଏଣୁକରି ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ କି ଆପଣାମାନଙ୍କର ପିତୃପୁରୁଷଗଣର ରୀତିଅନୁସାରେ ଆପଣାମାନଙ୍କୁ ଅଶୁଚି କରୁଅଛ ? ଓ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ବ୍ୟଭିଚାରୀ ହେଉଅଛ ?
Ezekiel 33:25 in Oriya 25 ଏଥିପାଇଁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସହିତ ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ ?
Daniel 1:8 in Oriya 8 ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।
Acts 15:29 in Oriya 29 ଏହି ସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।
Acts 21:25 in Oriya 25 କିନ୍ତୁ ଯେଉଁ ଅଣଯିହୂଦୀମାନେ ବିଶ୍ୱାସ କରିଅଛନ୍ତି, ସେମାନଙ୍କ ସମ୍ବନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ଜିନିଷ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଆଉ ପରଦାରଠାରୁ ନିଜ ନିଜକୁ ଦୂରେଇ ରଖିବା ଯେ ଉଚିତ୍, ଆମ୍ଭେମାନେ ଏହା ବିଚାର କରି ଲେଖି ଅଛୁ।
1 Corinthians 5:11 in Oriya 11 କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରିଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
1 Corinthians 6:13 in Oriya 13 ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ୱର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;
1 Corinthians 6:18 in Oriya 18 ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।
1 Corinthians 7:2 in Oriya 2 କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ।
1 Corinthians 8:1 in Oriya 1 ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।
1 Corinthians 8:4 in Oriya 4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ।
1 Corinthians 10:7 in Oriya 7 ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖା ଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।”
1 Corinthians 10:14 in Oriya 14 ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମା ପୂଜାରୁ ପଳାୟନ କର।
2 Corinthians 12:21 in Oriya 21 କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାଁନ୍ତି, ଏପରି ଅନେକ ଲୋକଙ୍କ ନିିମନ୍ତେ ମୁଁ ଶୋକ କରେ।
Galatians 5:19 in Oriya 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
Ephesians 5:3 in Oriya 3 କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହି ସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
Colossians 3:5 in Oriya 5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;
1 Thessalonians 4:3 in Oriya 3 କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଇଶ୍ବରଙ୍କ ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,
1 Timothy 4:4 in Oriya 4 କାରଣ ଇଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ,
Hebrews 12:16 in Oriya 16 କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏବିଷୟରେ ସାବଧାନ ହୁଅ।
Hebrews 13:4 in Oriya 4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
1 Peter 4:3 in Oriya 3 ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
Revelation 2:14 in Oriya 14 କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।
Revelation 2:20 in Oriya 20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।
Revelation 9:20 in Oriya 20 ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,
Revelation 10:2 in Oriya 2 ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ ଥିଲା। ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି ସିଂହଗର୍ଜନତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ;
Revelation 10:8 in Oriya 8 ପୁଣି, ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲେ, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ଡାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର।