Acts 16:1 in Oriya 1 ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୂଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ।
Other Translations King James Version (KJV) Then came he to Derbe and Lystra: and, behold, a certain disciple was there, named Timotheus, the son of a certain woman, which was a Jewess, and believed; but his father was a Greek:
American Standard Version (ASV) And he came also to Derbe and to Lystra: and behold, a certain disciple was there, named Timothy, the son of a Jewess that believed; but his father was a Greek.
Bible in Basic English (BBE) And he came to Derbe and Lystra: and there was a certain disciple there named Timothy, whose mother was one of the Jews of the faith, but his father was a Greek;
Darby English Bible (DBY) And he came to Derbe and Lystra: and behold, a certain disciple was there, by name Timotheus, son of a Jewish believing woman, but [the] father a Greek,
World English Bible (WEB) He came to Derbe and Lystra: and behold, a certain disciple was there, named Timothy, the son of a Jewess who believed; but his father was a Greek.
Young's Literal Translation (YLT) And he came to Derbe and Lystra, and lo, a certain disciple was there, by name Timotheus son of a certain woman, a believing Jewess, but of a father, a Greek,
Cross Reference Ezra 9:2 in Oriya 2 କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି; ଏହିରୂପେ ପବିତ୍ର ବଂଶ ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।”
Acts 14:1 in Oriya 1 ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୂଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୂଦୀ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ।
Acts 14:6 in Oriya 6 ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
Acts 14:21 in Oriya 21 ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
Acts 17:14 in Oriya 14 ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ।
Acts 18:5 in Oriya 5 ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୂଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।
Acts 19:22 in Oriya 22 ପୁଣି, ଯେଉଁମାନେ ତାହାଙ୍କର ସେବା କରୁଥିଲେ, ସେମାନଙ୍କର ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଆସିଆରେ ରହିଲେ।
Acts 20:4 in Oriya 4 ଆଉ, ବେରିୟାନିବାସୀ ପୁରଙ୍କ ପୁଅ ସୋପାତ୍ର, ଥେସଲନୀକୀୟମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୁନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଆସିଆର ଲୋକମାନଙ୍କ ମଧ୍ୟରୁ ତୁଖିକ ଓ ତ୍ରଫିମ ତାହାଙ୍କ ସଙ୍ଗରେ ଯାତ୍ରା କଲେ।
Romans 16:21 in Oriya 21 ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
1 Corinthians 4:17 in Oriya 17 ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ।
1 Corinthians 7:14 in Oriya 14 କାରଣ ଅବିଶ୍ୱାସୀ ସ୍ୱାମୀ ବିଶ୍ବାସୀ ଭାର୍ଯ୍ୟା ହେତୁ ପବିତ୍ର କରାଯାଇଅଛି, ଆଉ ଅବିଶ୍ୱାସିନୀ ଭାର୍ଯ୍ୟା ବିଶ୍ବାସୀ ସ୍ୱାମୀ ହେତୁ ପବିତ୍ର କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅପବିତ୍ର ହୁଅନ୍ତେ, କିନ୍ତୁ ଏବେ ସେମାନେ ପବିତ୍ର।
2 Corinthians 1:1 in Oriya 1 ପାଉଲ, ଇଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥରେ ଥିବା ଇଶ୍ବରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର;
2 Corinthians 1:19 in Oriya 19 କାରଣ ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍, ମୋ' ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାଁନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି।
Philippians 1:1 in Oriya 1 ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ;
Philippians 2:19 in Oriya 19 କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି।
Colossians 1:1 in Oriya 1 ପାଉଲ, ଇଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା
1 Thessalonians 1:1 in Oriya 1 ପାଉଲ, ସିଲ୍ୱାନ ଓ ତୀମଥି ପିତା ଈଶ୍ୱର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
1 Thessalonians 3:2 in Oriya 2 ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଇଶ୍ବରଙ୍କ ସହକାର୍ଯ୍ୟକାରୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,
1 Thessalonians 3:6 in Oriya 6 କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରିଆସି ତୁମ୍ଭମାନଙ୍କ ବିଶ୍ୱାସ ଓ ପ୍ରେମ ସମ୍ବନ୍ଧରେ, ପୁଣି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏବିଷୟରେ ଆମ୍ଭମାନଙ୍କୁ ସୁସମାଚାର ଦେଇଅଛନ୍ତି;
2 Thessalonians 1:1 in Oriya 1 ପାଉଲ, ସିଲ୍ୱାନ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ;
1 Timothy 1:2 in Oriya 2 ବିଶ୍ୱାସରେ ଆପଣା ପୁତ୍ର ତୀମଥିଙ୍କୁ; ପିତା ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।
1 Timothy 1:18 in Oriya 18 ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;
2 Timothy 1:2 in Oriya 2 ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ; ପିତା ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।
2 Timothy 1:5 in Oriya 5 କାରଣ ଯେଉଁ ଅକପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମା ଇଉନୀକୀଙ୍କ ଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ଅକପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି।
2 Timothy 3:11 in Oriya 11 ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରାରେ ମୋ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ।
2 Timothy 3:15 in Oriya 15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।
Hebrews 13:23 in Oriya 23 ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି।