Acts 16:15 in Oriya 15 ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।
Other Translations King James Version (KJV) And when she was baptized, and her household, she besought us, saying, If ye have judged me to be faithful to the Lord, come into my house, and abide there. And she constrained us.
American Standard Version (ASV) And when she was baptized, and her household, she besought us, saying, If ye have judged me to be faithful to the Lord, come into my house, and abide `there'. And she constrained us.
Bible in Basic English (BBE) And when she and her family had had baptism, she made a request to us, saying, If it seems to you that I am true to the Lord, come into my house and be my guests. And she made us come.
Darby English Bible (DBY) And when she had been baptised and her house, she besought [us], saying, If ye have judged me to be faithful to the Lord, come into my house and abide [there]. And she constrained us.
World English Bible (WEB) When she and her household were baptized, she begged us, saying, "If you have judged me to be faithful to the Lord, come into my house, and stay." So she persuaded us.
Young's Literal Translation (YLT) and when she was baptized, and her household, she did call upon us, saying, `If ye have judged me to be faithful to the Lord, having entered into my house, remain;' and she constrained us.
Cross Reference Genesis 18:4 in Oriya 4 ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ
Genesis 19:3 in Oriya 3 ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ।
Genesis 33:11 in Oriya 11 ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।
Judges 19:19 in Oriya 19 ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋ' ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୁଟି ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ।
1 Samuel 28:23 in Oriya 23 ମାତ୍ର ସେ ଅସମ୍ମତ ହୋଇ କହିଲେ, ମୁଁ ଭୋଜନ କରିବି ନାହିଁ। ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି, ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ।
2 Kings 4:8 in Oriya 8 ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୁନେମକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେ ଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ।
Matthew 10:41 in Oriya 41 ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ।
Luke 9:4 in Oriya 4 ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ।
Luke 10:5 in Oriya 5 ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ।
Luke 14:23 in Oriya 23 ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ରାଜଦାଣ୍ଡ ଓ ଗଛମୂଳକୁ ଯାଇ, ମୋହର ଗୃହ ଯେପେରି ପୂର୍ଣ୍ଣ ହୁଏ, ସେଥିପାଇଁ ଲୋକମାନଙ୍କୁ ଆସିବା ପାଇଁ କୁହ।
Luke 24:29 in Oriya 29 କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ।
Acts 8:12 in Oriya 12 କିନ୍ତୁ ଫିଲିପ୍ପ ଇଶ୍ବରଙ୍କ ରାଜ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ।
Acts 8:38 in Oriya 38 ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ।
Acts 11:14 in Oriya 14 ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହି ସବୁ କହିବେ।
Acts 16:33 in Oriya 33 ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ।
Acts 18:8 in Oriya 8 କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ।
Romans 16:23 in Oriya 23 ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
1 Corinthians 1:13 in Oriya 13 ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି ? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା ? କିମ୍ବା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ ?
2 Corinthians 5:14 in Oriya 14 କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
2 Corinthians 12:11 in Oriya 11 ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ୍ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ।
Galatians 6:10 in Oriya 10 ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।
Ephesians 1:1 in Oriya 1 ପାଉଲ, ଇଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ।
Philippians 1:7 in Oriya 7 ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋ' ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।
Philemon 1:17 in Oriya 17 ଏଣୁ ଯଦି ତୁମ୍ଭେ ମୋତେ ଜଣେ ସହଭାଗୀ ବୋଲି ମନେ କର, ତାହାହେଲେ ମୋତେ ଗ୍ରହଣ କଲାପରି ତାହାକୁ ଗ୍ରହଣ କର।
Hebrews 13:2 in Oriya 2 ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।
1 Peter 5:12 in Oriya 12 ଇଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋ' ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।
2 John 1:10 in Oriya 10 କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ;
3 John 1:5 in Oriya 5 ପ୍ରିୟ ବନ୍ଧୁ, ତୁମ୍ଭେ ଭ୍ରାତୃଗଣ, ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ୱସ୍ତ ଭାବରେ କରୁଅଛ।
3 John 1:8 in Oriya 8 ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକାର୍ଯ୍ୟକାରୀ ହୋଇ ପାରୁ, ଏଥି ନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ।