Acts 16:9 in Oriya 9 ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର।
Other Translations King James Version (KJV) And a vision appeared to Paul in the night; There stood a man of Macedonia, and prayed him, saying, Come over into Macedonia, and help us.
American Standard Version (ASV) And a vision appeared to Paul in the night: There was a man of Macedonia standing, beseeching him, and saying, Come over into Macedonia, and help us.
Bible in Basic English (BBE) And Paul had a vision in the night; a man of Macedonia came, requesting him, and saying, Come over into Macedonia and give us help.
Darby English Bible (DBY) And a vision appeared to Paul in the night: There was a certain Macedonian man, standing and beseeching him, and saying, Pass over into Macedonia and help us.
World English Bible (WEB) A vision appeared to Paul in the night. There was a man of Macedonia standing, begging him, and saying, "Come over into Macedonia and help us."
Young's Literal Translation (YLT) And a vision through the night appeared to Paul -- a certain man of Macedonia was standing, calling upon him, and saying, `Having passed through to Macedonia, help us;' --
Cross Reference Acts 2:17 in Oriya 17 ଈଶ୍ୱର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଅାମ୍ଭେ ସମସ୍ତ ମର୍ତ୍ତ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ।
Acts 8:26 in Oriya 26 ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ। ତାହା ମରୁଭୂମି।
Acts 9:10 in Oriya 10 ଦମ୍ମେସକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, ହନନୀୟ। ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ।
Acts 9:38 in Oriya 38 ପୁଣି, ଲୂଦ ଯାଫୋର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ।
Acts 10:3 in Oriya 3 ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ୱରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।
Acts 10:10 in Oriya 10 ଆଉ ସେ କ୍ଷୁଧିତ ହୋଇ ଖାଇବାକୁ ଇଚ୍ଛା କଲେ, କିନ୍ତୁ ସେମାନେ ଖାଦ୍ୟ ପ୍ରସ୍ତୁତ କରୁଥିବା ସମୟରେ ସେ ମୂର୍ଚ୍ଛିତ ହୋଇ ଦର୍ଶନ ଦେଖିଲେ,
Acts 10:30 in Oriya 30 କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,
Acts 10:32 in Oriya 32 ଅତଏବ ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ରକୂଳରେ ଶିମୋନ ଚର୍ମକାରଙ୍କ ଗୃହରେ ଅତିଥି ରୂପେ ବାସ କରୁଅଛନ୍ତି।
Acts 11:5 in Oriya 5 ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,
Acts 18:5 in Oriya 5 ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୂଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।
Acts 18:9 in Oriya 9 ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ,
Acts 19:21 in Oriya 21 ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମକୁ ଯିବାକୁ ମନରେ ସ୍ଥିର କରି କହିଲେ, ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।
Acts 20:1 in Oriya 1 ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ
Acts 20:3 in Oriya 3 ସେ ସେହି ସ୍ଥାନରେ ତିନି ମାସ ରହି ଯେତେବେଳେ ଜାହାଜରେ ଚଢ଼ି ସିରିୟାକୁ ଯିବାକୁ ଚେଷ୍ଟା କଲେ, ସେତେବେଳେ ଯିହୂଦୀମାନେ ପାଉଲଙ୍କ ବିରୋଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆ ଦେଇ ବାହୁଡ଼ି ଯିବାକୁ ନିଷ୍ପତ୍ତି କଲେ।
Acts 22:17 in Oriya 17 ଏଥିଉତ୍ତାରେ ମୁଁ ଯିରୂଶାଲମକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି।
Acts 27:23 in Oriya 23 ଯେଣୁ ମୁଁ ଯେଉଁ ଈଶ୍ୱରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,
Romans 10:14 in Oriya 14 ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାଁନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାଁନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ ?
Romans 15:26 in Oriya 26 କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି।
2 Corinthians 7:5 in Oriya 5 କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବପ୍ରକାରେ କ୍ଳେଶଭୋଗ କରିବାରୁ ଆମ୍ଭମାନଙ୍କ ଶରୀରସୁଦ୍ଧା ବିଶ୍ରାମ ପାଇଲା ନାହିଁ।
2 Corinthians 8:1 in Oriya 1 ହେ ଭାଇମାନେ, ମାକିଦନିଆର ମଣ୍ଡଳୀସମୂହ ମଧ୍ୟରେ ଇଶ୍ବରଙ୍କ ଦିଆଯାଇଥବା ଯେଉଁ ଅନୁଗ୍ରହ ପ୍ରକାଶିତ ହୋଇଅଛି, ତାହା ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ;
2 Corinthians 9:2 in Oriya 2 କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟା ଗତ ବର୍ଷରୁ ପ୍ରସ୍ତୁତ ହେଲାଣି, ପୁଣି, ତୁମ୍ଭମାନଙ୍କ ଉଦ୍ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି।
2 Corinthians 11:9 in Oriya 9 କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲିି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।
2 Corinthians 12:1 in Oriya 1 ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି।
2 Corinthians 12:7 in Oriya 7 ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥି ନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ।
1 Thessalonians 1:7 in Oriya 7 ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ।
1 Thessalonians 4:10 in Oriya 10 ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ। ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କରିବା ନିମନ୍ତେ ଉତ୍ସାହ ଦେଉଅଛୁ,