Acts 17:11 in Oriya 11 ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।
Other Translations King James Version (KJV) These were more noble than those in Thessalonica, in that they received the word with all readiness of mind, and searched the scriptures daily, whether those things were so.
American Standard Version (ASV) Now these were more noble than those in Thessalonica, in that they received the word with all readiness of the mind, examining the Scriptures daily, whether these things were so.
Bible in Basic English (BBE) Now these were more noble than the Jews of Thessalonica, for they gave serious attention to the word, searching in the holy Writings every day, to see if these things were so.
Darby English Bible (DBY) And these were more noble than those in Thessalonica, receiving the word with all readiness of mind, daily searching the scriptures if these things were so.
World English Bible (WEB) Now these were more noble than those in Thessalonica, in that they received the word with all readiness of the mind, examining the Scriptures daily to see whether these things were so.
Young's Literal Translation (YLT) and these were more noble than those in Thessalonica, they received the word with all readiness of mind, every day examining the Writings whether those things were so;
Cross Reference Job 23:12 in Oriya 12 ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।
Psalm 1:2 in Oriya 2 ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।
Psalm 119:97 in Oriya 97 ମେମ୍। ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।
Psalm 119:100 in Oriya 100 ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ। ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି।
Psalm 119:148 in Oriya 148 ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା।
Proverbs 1:5 in Oriya 5 ଯେପରି ଜ୍ଞାନବାନ୍ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ୍ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
Proverbs 2:1 in Oriya 1 ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋ' କଥା ଗ୍ରହଣ କର ଓ ମୋ' ଆଜ୍ଞାସବୁ ମନରେ ରଖ;
Proverbs 8:10 in Oriya 10 ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର।
Proverbs 9:9 in Oriya 9 ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ୍ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ।
Isaiah 8:20 in Oriya 20 ବ୍ୟବସ୍ଥା ଓ ପ୍ରମାଣବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
Isaiah 34:16 in Oriya 16 ତୁମ୍ଭେମାନେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋ' ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।
Jeremiah 2:21 in Oriya 21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ ?
Matthew 13:23 in Oriya 23 କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶି ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।
Luke 16:29 in Oriya 29 କିନ୍ତୁ ଅବ୍ରାହାମ କହିଲେ, ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ।
Luke 24:44 in Oriya 44 ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।
John 1:45 in Oriya 45 ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ମୋଶାଙ୍କ ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।
John 3:21 in Oriya 21 କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ୱରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ।
John 5:39 in Oriya 39 ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି।
Acts 2:41 in Oriya 41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।
Acts 10:33 in Oriya 33 ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଇଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।
Acts 11:1 in Oriya 1 ଅଣଯିହୂଦୀମାନେ ମଧ୍ୟ ଯେ ଇଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ।
Acts 17:1 in Oriya 1 ପରେ ସେମାନେ ଆଂଫିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନୀକୀକୁ ଆସିଲେ; ସେଠାରେ ଯିହୂଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା।
1 Thessalonians 1:6 in Oriya 6 ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,
1 Thessalonians 2:13 in Oriya 13 ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଇଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଇଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଇଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଇଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।
2 Thessalonians 2:10 in Oriya 10 କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟ ପ୍ରତି ପ୍ରେମ ପାଇନାହାଁନ୍ତି।
2 Timothy 3:15 in Oriya 15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।
James 1:21 in Oriya 21 ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର।
1 Peter 1:10 in Oriya 10 ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ।
1 Peter 2:2 in Oriya 2 ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି
2 Peter 1:19 in Oriya 19 ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।
1 John 4:5 in Oriya 5 ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ।