Acts 17:4 in Oriya 4 ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୂଦୀମତାବଲମ୍ବୀ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।
Other Translations King James Version (KJV) And some of them believed, and consorted with Paul and Silas; and of the devout Greeks a great multitude, and of the chief women not a few.
American Standard Version (ASV) And some of them were persuaded, and consorted with Paul and Silas, and of the devout Greeks a great multitude, and of the chief women not a few.
Bible in Basic English (BBE) And some of them had faith, and were joined to Paul and Silas; and a number of the God-fearing Greeks, and some of the chief women.
Darby English Bible (DBY) And some of them believed, and joined themselves to Paul and Silas, and of the Greeks who worshipped, a great multitude, and of the chief women not a few.
World English Bible (WEB) Some of them were persuaded, and joined Paul and Silas, of the devout Greeks a great multitude, and not a few of the chief women.
Young's Literal Translation (YLT) And certain of them did believe, and attached themselves to Paul and to Silas, also of the worshipping Greeks a great multitude, of the principal women also not a few.
Cross Reference Proverbs 9:6 in Oriya 6 ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।
Proverbs 13:20 in Oriya 20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।
Song of Solomon 1:7 in Oriya 7 ହେ ମୋ' ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ?
Song of Solomon 6:1 in Oriya 1 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି ? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡେ ଯାଇଛନ୍ତି କୁହ ?
Zechariah 2:11 in Oriya 11 “ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
Zechariah 8:20 in Oriya 20 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ନାନାଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ।
John 7:35 in Oriya 35 ଏଥିରେ ଯିହୂଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ ? ଏ କ'ଣ ଗ୍ରୀକ୍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଯିହୂଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି ?
Acts 2:41 in Oriya 41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।
Acts 2:44 in Oriya 44 ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ।
Acts 4:23 in Oriya 23 ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହି ସବୁ ଜଣାଇଲେ।
Acts 5:12 in Oriya 12 ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,
Acts 13:43 in Oriya 43 ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଇଶ୍ବରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ।
Acts 13:50 in Oriya 50 କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।
Acts 14:1 in Oriya 1 ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୂଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୂଦୀ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ।
Acts 14:4 in Oriya 4 କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୂଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ।
Acts 15:22 in Oriya 22 ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,
Acts 15:27 in Oriya 27 ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ।
Acts 15:32 in Oriya 32 ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।
Acts 15:40 in Oriya 40 କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ୱାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ,
Acts 16:3 in Oriya 3 ତାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହି ସବୁ ଅଞ୍ଚଳରେ ଥିବା ଯିହୂଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ।
Acts 17:12 in Oriya 12 ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ୱାସ କଲେ।
Acts 17:17 in Oriya 17 ତେଣୁ ସେ ସମାଜଗୃହରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ସହିତ, ଆଉ ବଜାର ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ।
Acts 17:34 in Oriya 34 କିନ୍ତୁ କୌଣସି କୌଣସି ଲୋକ ତାହାଙ୍କ ସପକ୍ଷ ହୋଇ ବିଶ୍ୱାସ କଲେ; ସେମାନଙ୍କ ମଧ୍ୟରେ ଏରିୟପାଗୀୟ ଦିୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ।
Acts 18:4 in Oriya 4 ପୁଣି, ପ୍ରତି ବିଶ୍ରାମବାରରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୂଦୀ ଓ ଗ୍ରୀକ୍ ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
Acts 19:10 in Oriya 10 ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଆସିଆ ନିବାସୀ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ।
Acts 21:28 in Oriya 28 ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି।
Acts 28:24 in Oriya 24 ସେଥିରେ କେହି କେହି କୁହାଯାଇଥିବା ବିଷୟରେ ବିଶ୍ୱାସ କଲେ, କିନ୍ତୁ କେହି କେହି ବିଶ୍ୱାସ କଲେ ନାହିଁ।
2 Corinthians 6:17 in Oriya 17 ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”
2 Corinthians 8:5 in Oriya 5 ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଇଶ୍ବରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ।