Acts 18:25 in Oriya 25 ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବେଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;
Other Translations King James Version (KJV) This man was instructed in the way of the Lord; and being fervent in the spirit, he spake and taught diligently the things of the Lord, knowing only the baptism of John.
American Standard Version (ASV) This man had been instructed in the way of the Lord; and being fervent in spirit, he spake and taught accurately the things concerning Jesus, knowing only the baptism of John:
Bible in Basic English (BBE) This man had been trained in the way of the Lord; and burning in spirit, he gave himself up to teaching the facts about Jesus, though he had knowledge only of John's baptism:
Darby English Bible (DBY) He was instructed in the way of the Lord, and being fervent in his spirit, he spoke and taught exactly the things concerning Jesus, knowing only the baptism of John.
World English Bible (WEB) This man had been instructed in the way of the Lord; and being fervent in spirit, he spoke and taught accurately the things concerning Jesus, although he knew only the baptism of John.
Young's Literal Translation (YLT) this one was instructed in the way of the Lord, and being fervent in the Spirit, was speaking and teaching exactly the things about the Lord, knowing only the baptism of John;
Cross Reference Genesis 18:19 in Oriya 19 ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
Judges 2:22 in Oriya 22 ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ୱାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା।
1 Samuel 12:23 in Oriya 23 ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।
Psalm 25:8 in Oriya 8 ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
Psalm 119:1 in Oriya 1 ଆଲେଫ୍। ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।
Isaiah 40:3 in Oriya 3 ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।
Jeremiah 6:16 in Oriya 16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”
Hosea 14:9 in Oriya 9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।
Matthew 3:1 in Oriya 1 ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,
Mark 1:3 in Oriya 3 ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର,
Mark 12:14 in Oriya 14 ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାକୁ ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଇଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ ?
Luke 3:1 in Oriya 1 ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୁସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ
Luke 7:29 in Oriya 29 ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ୱରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ;
John 1:19 in Oriya 19 ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୂଦୀମାନେ ଯେତେବେଳେ ଯିରୂଶାଲମରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,
Acts 9:2 in Oriya 2 ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମକୁ ଆଣି ପାରନ୍ତି,ଏଥିସକାଶେ ଦମ୍ମେସକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ।
Acts 13:10 in Oriya 10 ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ ?
Acts 16:17 in Oriya 17 ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।
Acts 19:3 in Oriya 3 ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ।
Acts 19:9 in Oriya 9 କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ।
Acts 19:23 in Oriya 23 ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା।
Romans 12:11 in Oriya 11 ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
Colossians 1:28 in Oriya 28 ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;
2 Timothy 2:4 in Oriya 4 କୌଣସି ଲୋକ ସୖେନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୖେନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରି ପାରେ।
James 5:16 in Oriya 16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ।