Acts 18:26 in Oriya 26 ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ। କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଇଶ୍ବରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ।
Other Translations King James Version (KJV) And he began to speak boldly in the synagogue: whom when Aquila and Priscilla had heard, they took him unto them, and expounded unto him the way of God more perfectly.
American Standard Version (ASV) and he began to speak boldly in the synagogue. But when Priscilla and Aquila heard him, they took him unto them, and expounded unto him the way of God more accurately.
Bible in Basic English (BBE) And he was preaching in the Synagogue without fear. But Priscilla and Aquila, hearing his words, took him in, and gave him fuller teaching about the way of God.
Darby English Bible (DBY) And *he* began to speak boldly in the synagogue. And Aquila and Priscilla, having heard him, took him to [them] and unfolded to him the way of God more exactly.
World English Bible (WEB) He began to speak boldly in the synagogue. But when Priscilla and Aquila heard him, they took him aside, and explained to him the way of God more accurately.
Young's Literal Translation (YLT) this one also began to speak boldly in the synagogue, and Aquilas and Priscilla having heard of him, took him to `them', and did more exactly expound to him the way of God,
Cross Reference Proverbs 1:5 in Oriya 5 ଯେପରି ଜ୍ଞାନବାନ୍ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ୍ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
Proverbs 9:9 in Oriya 9 ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ୍ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ।
Proverbs 22:17 in Oriya 17 ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନ୍ମାନଙ୍କ କଥା ଶୁଣ; ପୁଣି, ମୋ' ବିଦ୍ୟାରେ ଆପଣା ମନ ଲଗାଅ।
Proverbs 25:12 in Oriya 12 ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ୍ ଭର୍ତ୍ସନାକାରୀ ସେପରି।
Isaiah 58:1 in Oriya 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
Matthew 18:3 in Oriya 3 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
Mark 10:15 in Oriya 15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଇଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।
Luke 19:26 in Oriya 26 ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ। କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
Luke 24:27 in Oriya 27 ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।
John 7:17 in Oriya 17 କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ୱରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।
Acts 8:31 in Oriya 31 ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି ? ଆଉ, ସେ ଫିଲିପ୍ପଙ୍କ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ।
Acts 14:3 in Oriya 3 ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ୱାର ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ।
Acts 18:2 in Oriya 2 ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୂଦୀଙ୍କ ଦେଖାପାଇଲେ, ପନ୍ତ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୂଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ। ସେ ସେମାନଙ୍କ ସହିତ ସାକ୍ଷାତ୍ କରିବାକୁ ଗଲେ,
Acts 18:25 in Oriya 25 ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବେଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;
Acts 28:23 in Oriya 23 ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଇଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
1 Corinthians 3:18 in Oriya 18 କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇ ପାରେ, ଏଥିପାଇଁ ସେ ମୂର୍ଖ ହେଉ।
1 Corinthians 8:2 in Oriya 2 ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ୍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;
1 Corinthians 12:21 in Oriya 21 ତୋ'ଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋ'ଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ।
Ephesians 6:19 in Oriya 19 ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
Hebrews 6:1 in Oriya 1 ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ ପରିବର୍ତ୍ତନ, ଈଶ୍ୱରଙ୍କଠାରେ ବିଶ୍ୱାସ,
2 Peter 3:18 in Oriya 18 ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।