Acts 18:27 in Oriya 27 ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ। ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଇଶ୍ବରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ,
Other Translations King James Version (KJV) And when he was disposed to pass into Achaia, the brethren wrote, exhorting the disciples to receive him: who, when he was come, helped them much which had believed through grace:
American Standard Version (ASV) And when he was minded to pass over into Achaia, the brethren encouraged him, and wrote to the disciples to receive him: and when he was come, he helped them much that had believed through grace;
Bible in Basic English (BBE) And when he had a desire to go over into Achaia, the brothers gave him help, and sent letters to the disciples requesting them to take him in among them: and when he had come, he gave much help to those who had faith through grace:
Darby English Bible (DBY) And when he purposed to go into Achaia, the brethren wrote to the disciples engaging them to receive him, who, being come, contributed much to those who believed through grace.
World English Bible (WEB) When he had determined to pass over into Achaia, the brothers encouraged him, and wrote to the disciples to receive him. When he had come, he greatly helped those who had believed through grace;
Young's Literal Translation (YLT) and he being minded to go through into Achaia, the brethren wrote to the disciples, having exhorted them to receive him, who having come, did help them much who have believed through the grace,
Cross Reference John 1:12 in Oriya 12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଇଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
Acts 9:27 in Oriya 27 କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେସକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ,ଏହି ସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।
Acts 18:12 in Oriya 12 କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୂଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,
Acts 18:18 in Oriya 18 ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟାକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।
Acts 19:1 in Oriya 1 ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ।
Romans 1:5 in Oriya 5 ଆଉ, ଯେଉଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,
Romans 16:1 in Oriya 1 କେଙ୍କ୍ରେୟାସ୍ଥ ମଣ୍ଡଳୀର ସେବିକା ଆମ୍ଭମାନଙ୍କ ଭଗ୍ନୀ ଫୈବୀଙ୍କ ସପକ୍ଷରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି,
1 Corinthians 3:6 in Oriya 6 ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ୱର ବୃଦ୍ଧି ସାଧନ କରିଅଛନ୍ତି।
1 Corinthians 3:10 in Oriya 10 ମୋତେ ଦିଆଯାଇଥିବା ଇଶ୍ବରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ବନ୍ଧରେ ସାବଧାନ ହେଉ।
1 Corinthians 15:10 in Oriya 10 କିନ୍ତୁ ମୁଁ ଯାହା ହୋଇଅଛି, ତାହା ଇଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଇଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।
1 Corinthians 16:3 in Oriya 3 ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;
2 Corinthians 1:24 in Oriya 24 ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକାର୍ଯ୍ୟକାରୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ।
2 Corinthians 3:1 in Oriya 1 ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ ? କିମ୍ବା କାହାରି କାହାରି ପରି କ'ଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ ?
Ephesians 2:8 in Oriya 8 କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଇଶ୍ବରଙ୍କ ଦାନ,
Philippians 1:25 in Oriya 25 ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି,
Philippians 1:29 in Oriya 29 କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;
Colossians 2:12 in Oriya 12 ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ।
Colossians 4:10 in Oriya 10 ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି,
2 Thessalonians 2:13 in Oriya 13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;
Titus 3:4 in Oriya 4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଇଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,
James 1:16 in Oriya 16 ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ।
1 Peter 1:2 in Oriya 2 ପିତା ଇଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।
3 John 1:8 in Oriya 8 ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକାର୍ଯ୍ୟକାରୀ ହୋଇ ପାରୁ, ଏଥି ନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ।