Acts 19:21 in Oriya 21 ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମକୁ ଯିବାକୁ ମନରେ ସ୍ଥିର କରି କହିଲେ, ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।
Other Translations King James Version (KJV) After these things were ended, Paul purposed in the spirit, when he had passed through Macedonia and Achaia, to go to Jerusalem, saying, After I have been there, I must also see Rome.
American Standard Version (ASV) Now after these things were ended, Paul purposed in the spirit, when he had passed through Macedonia and Achaia, to go to Jerusalem, saying, After I have been there, I must also see Rome.
Bible in Basic English (BBE) Now after these things were ended, Paul came to a decision that when he had gone through Macedonia and Achaia he would go to Jerusalem, saying, After I have been there, I have a desire to see Rome.
Darby English Bible (DBY) And when these things were fulfilled, Paul purposed in his spirit to go to Jerusalem, passing through Macedonia and Achaia, saying, After I have been there I must see Rome also.
World English Bible (WEB) Now after these things had ended, Paul determined in the spirit, when he had passed through Macedonia and Achaia, to go to Jerusalem, saying, "After I have been there, I must also see Rome."
Young's Literal Translation (YLT) And when these things were fulfilled, Paul purposed in the Spirit, having gone through Macedonia and Achaia, to go on to Jerusalem, saying -- `After my being there, it behoveth me also to see Rome;'
Cross Reference Lamentations 3:37 in Oriya 37 ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି ?
Acts 16:6 in Oriya 6 ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
Acts 18:12 in Oriya 12 କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୂଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,
Acts 18:21 in Oriya 21 ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଇଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।
Acts 20:1 in Oriya 1 ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ
Acts 20:16 in Oriya 16 କାରଣ ପାଉଲଙ୍କ ଆସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୁଶାଲମରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ।
Acts 20:22 in Oriya 22 ଏବେ ଦେଖ, ମୁଁ ଆତ୍ମାରେ ପ୍ରେରଣା ପାଇ ଯିରୂଶାଲମକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କ'ଣ ସବୁ ଘଟିବ, ତାହା ମୁଁ ଜାଣେ ନାହିଁ;
Acts 21:4 in Oriya 4 ସେଠାରେ ଶିଷ୍ୟମାନଙ୍କୁ ଖୋଜି, ସେମାନଙ୍କ ସାକ୍ଷାତ ପାଇ ସାତ ଦିନ ରହିଲୁ; ପୁଣି, ଯେପରି ପାଉଲ ଯିରୂଶାଲମରେ ପଦାର୍ପଣ ନ କରନ୍ତି, ଏଥିପାଇଁ ସେମାନେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ କହିଲେ।
Acts 21:11 in Oriya 11 ସେ ପାଉଲଙ୍କ କଟି ବନ୍ଧନ ଘେନି ଆପଣା ହସ୍ତପାଦ ବନ୍ଧନ କରି ସେ ଆମ୍ଭମାନଙ୍କ ନିକଟକୁ ଆସି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କୁ ଯିରୂଶାଲମ ନିବାସୀ ଯିହୂଦୀମାନେ ଏହିପରି ବାନ୍ଧି ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ।
Acts 21:17 in Oriya 17 ଆମ୍ଭେମାନେ ଯିରୂଶାଲମରେ ପହଞ୍ଚନ୍ତେ ଆମ୍ଭମାନଙ୍କୁ ଭାଇମାନେ ଆନନ୍ଦରେ ଗ୍ରହଣ କଲେ।
Acts 23:11 in Oriya 11 ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ।
Acts 24:17 in Oriya 17 ଅନେକ ବର୍ଷ ପରେ ମୁଁ ମୋର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି
Acts 25:10 in Oriya 10 ମାତ୍ର ପାଉଲ କହିଲେ, ମୁଁ କାଇସରଙ୍କ ସମ୍ମୁଖରେ ଠିଆ ହୋଇଅଛି, ସେ ସ୍ଥାନରେ ମୋହର ବିଚାର ହେବା ଉଚିତ୍। ମୁଁ ଯିହୂଦୀମାନଙ୍କ ପ୍ରତି କୌଣସି ଅନ୍ୟାୟ କରି ନାହିଁ, ଆପଣ ମଧ୍ୟ ତାହା ଅତି ଉତ୍ତମ ରୂପେ ଜାଣନ୍ତି।
Acts 27:1 in Oriya 1 ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ରାଜକୀୟ ସୈନ୍ୟଦଳର ଯୂଲିଅ ନାମକ ଜଣେ ଶତସେନାପତିଙ୍କ ହସ୍ତରେ ସମର୍ପିତ ହେଲେ।
Acts 27:24 in Oriya 24 ପାଉଲ, ଭୟ କର ନାହିଁଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ୱର ତୁମ୍ଭକୁ ଦାନ କରିଅଛନ୍ତି।
Acts 28:16 in Oriya 16 ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା।
Acts 28:30 in Oriya 30 ସେ ସମ୍ପୂର୍ଣ୍ଣ ଦୁଇ ବର୍ଷ ପର୍ଯ୍ୟନ୍ତ ଆପଣା ଭଡ଼ାଘରେ ରହିଲେ,
Romans 1:13 in Oriya 13 ହେ ଭାଇମାନେ, ଅବଶିଷ୍ଟ ଅଣଯିହୂଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।
Romans 1:15 in Oriya 15 ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ।
Romans 15:23 in Oriya 23 କିନ୍ତୁ ଏବେ ଏହି ସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ,
1 Corinthians 16:5 in Oriya 5 କିନ୍ତୁ ମୁଁ ମାକିଦନିଆ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,
2 Corinthians 1:15 in Oriya 15 ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର,
Galatians 2:1 in Oriya 1 ତାହା ପରେ ଚଉଦବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି।
Philippians 1:12 in Oriya 12 ହେ ଭାଇମାନେ, ମୋ' ପ୍ରତି ଯାହା ଯାହା ଘଟିଅଛି, ସେହି ସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;
1 Thessalonians 1:7 in Oriya 7 ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ।