Acts 19:9 in Oriya 9 କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ।
Other Translations King James Version (KJV) But when divers were hardened, and believed not, but spake evil of that way before the multitude, he departed from them, and separated the disciples, disputing daily in the school of one Tyrannus.
American Standard Version (ASV) But when some were hardened and disobedient, speaking evil of the Way before the multitude, he departed from them, and separated the disciples, reasoning daily in the school of Tyrannus.
Bible in Basic English (BBE) But because some of the people were hard-hearted and would not give hearing, saying evil words about the Way before the people, he went away from them, and kept the disciples separate, reasoning every day in the school of Tyrannus.
Darby English Bible (DBY) But when some were hardened and disbelieved, speaking evil of the way before the multitude, he left them and separated the disciples, reasoning daily in the school of Tyrannus.
World English Bible (WEB) But when some were hardened and disobedient, speaking evil of the Way before the multitude, he departed from them, and separated the disciples, reasoning daily in the school of Tyrannus.
Young's Literal Translation (YLT) and when certain were hardened and were disbelieving, speaking evil of the way before the multitude, having departed from them, he did separate the disciples, every day reasoning in the school of a certain Tyrannus.
Cross Reference 2 Kings 17:14 in Oriya 14 ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ।
2 Chronicles 30:8 in Oriya 8 ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ଡ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣାମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେବା କର।
2 Chronicles 36:16 in Oriya 16 ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
Nehemiah 9:16 in Oriya 16 ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,
Nehemiah 9:29 in Oriya 29 ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।
Psalm 95:8 in Oriya 8 ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
Proverbs 8:34 in Oriya 34 ଯେ ମୋ' କଥା ଶୁଣେ ଓ ମୋ' ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋ' ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।
Isaiah 8:14 in Oriya 14 ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।
Jeremiah 7:26 in Oriya 26 ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ,ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।
Jeremiah 19:15 in Oriya 15 “ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।'”
Matthew 15:14 in Oriya 14 ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।
Matthew 16:4 in Oriya 4 ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ। ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ।
Matthew 26:55 in Oriya 55 ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, ଡକଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କ'ଣ ମୋତେ ଧରିବାକୁ ଆସିଲ ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ;
Luke 12:51 in Oriya 51 ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କ'ଣ ତୁମ୍ଭେମାନେ ମନେ କରୁଅଛ ? ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, ବରଂ ଭେଦ କରିବାକୁ ଆସିଅଛି।
John 12:40 in Oriya 40 ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
Acts 9:2 in Oriya 2 ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମକୁ ଆଣି ପାରନ୍ତି,ଏଥିସକାଶେ ଦମ୍ମେସକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ।
Acts 11:26 in Oriya 26 ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ।
Acts 13:45 in Oriya 45 କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା।
Acts 14:4 in Oriya 4 କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୂଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ।
Acts 17:4 in Oriya 4 ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୂଦୀମତାବଲମ୍ବୀ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।
Acts 18:6 in Oriya 6 କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୂଦୀମାନଙ୍କ ନିକଟକୁ ଯିବି।
Acts 19:23 in Oriya 23 ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା।
Acts 19:30 in Oriya 30 ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ।
Acts 20:31 in Oriya 31 ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।
Acts 22:4 in Oriya 4 ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି।
Acts 24:21 in Oriya 21 କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ।
Acts 28:22 in Oriya 22 କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେମାନେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି।
Romans 9:18 in Oriya 18 ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।
Romans 11:7 in Oriya 7 ତେବେ କ'ଣ ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;
1 Timothy 6:5 in Oriya 5 ପୁଣି, ଯେଉଁମାନେ ଈଶ୍ୱରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।
2 Timothy 1:15 in Oriya 15 ଆସିଆର ସମସ୍ତ ଲୋକ ଯେ ମୋ ପ୍ରତି ବିମୁଖ ହୋଇଅଛନ୍ତି, ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ।
2 Timothy 3:5 in Oriya 5 ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ।
2 Timothy 4:2 in Oriya 2 ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।
Hebrews 3:13 in Oriya 13 କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
2 Peter 2:2 in Oriya 2 ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ।
2 Peter 2:12 in Oriya 12 କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,
Jude 1:10 in Oriya 10 ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।