Acts 2:10 in Oriya 10 ଫ୍ରୁଗିଆ ଓ ଫଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୂଦୀ ଓ ଯିହୂଦୀ ଧର୍ମାବଲମ୍ବୀ ପ୍ରବାସୀ,
Other Translations King James Version (KJV) Phrygia, and Pamphylia, in Egypt, and in the parts of Libya about Cyrene, and strangers of Rome, Jews and proselytes,
American Standard Version (ASV) in Phrygia and Pamphylia, in Egypt and the parts of Libya about Cyrene, and sojourners from Rome, both Jews and proselytes,
Bible in Basic English (BBE) In Phrygia and Pamphylia, in Egypt and the parts of Libya about Cyrene, and those who have come from Rome, Jews by birth and others who have become Jews,
Darby English Bible (DBY) both Phrygia and Pamphylia, Egypt, and the parts of Libya which adjoin Cyrene, and the Romans sojourning [here], both Jews and proselytes,
World English Bible (WEB) Phrygia, Pamphylia, Egypt, the parts of Libya around Cyrene, visitors from Rome, both Jews and proselytes,
Young's Literal Translation (YLT) Phrygia also, and Pamphylia, Egypt, and the parts of Libya, that `are' along Cyrene, and the strangers of Rome, both Jews and proselytes,
Cross Reference Genesis 12:10 in Oriya 10 ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।
Esther 8:17 in Oriya 17 ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ, ଆମୋଦ, ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ବୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେ।
Isaiah 19:23 in Oriya 23 ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।
Jeremiah 9:26 in Oriya 26 ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”
Jeremiah 46:9 in Oriya 9 ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୁଟ୍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ।
Ezekiel 30:5 in Oriya 5 କୂଶ୍ ଓ ପୂଟ୍ ଓ ଲୁଦ୍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ଼୍ଗରେ ପତିତ ହେବେ।”
Daniel 11:43 in Oriya 43 ମାତ୍ର ମିସରର ସୁନା ଓ ରୂପାର ଭଣ୍ଡାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୁଦୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ।
Hosea 11:1 in Oriya 1 ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।
Zechariah 8:20 in Oriya 20 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ନାନାଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ।
Zechariah 8:23 in Oriya 23 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।'”
Matthew 2:15 in Oriya 15 ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ।
Matthew 27:32 in Oriya 32 ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବହିବା ପାଇଁ ତାହାଙ୍କୁ ବାଧ୍ୟ କଲେ।
Mark 15:21 in Oriya 21 ସେତେବେଳେ ଆଲେକ୍ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ।
Acts 6:5 in Oriya 5 ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କି, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୂଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,
Acts 6:9 in Oriya 9 କିନ୍ତୁ ଲିବର୍ତ୍ତୀନ, କୂୂରୀଣୀୟ ଓ ଅାଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୂଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଆସିଆ ଅଞ୍ଚଳମାନଙ୍କରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
Acts 11:20 in Oriya 20 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
Acts 13:1 in Oriya 1 ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।
Acts 13:13 in Oriya 13 ପରେ ପାଉଲ ଓ ତାଙ୍କ ସଙ୍ଗୀମାନେ ପାଫରୁ ଜଳଯାତ୍ରା କରି ପଂଫୂଲିଆର ପର୍ଗୀକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲାମକୁ ବାହୁଡ଼ିଗଲେ।
Acts 13:43 in Oriya 43 ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଇଶ୍ବରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ।
Acts 14:24 in Oriya 24 ପରେ ସେମାନେ ପିସିଦିଆ ମଧ୍ୟ ଦେଇ ପଂଫୂଲିଆକୁ ଆସିଲେ,
Acts 15:38 in Oriya 38 କିନ୍ତୁ ସେ ସେମାନଙ୍କୁ ଛାଡ଼ି ପଂଫୂଲିଆରୁ ଚାଲି ଆସିଥିଲେ ଓ ସେମାନଙ୍କ ସହିତ କାର୍ଯ୍ୟକୁ ଯାଇ ନ ଥିଲେ, ତାହାଙ୍କୁ ସାଙ୍ଗରେ ନେବାକୁ ପାଉଲ ଉଚିତ୍ ମନେ କଲେ ନାହିଁ।
Acts 16:6 in Oriya 6 ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
Acts 18:2 in Oriya 2 ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୂଦୀଙ୍କ ଦେଖାପାଇଲେ, ପନ୍ତ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୂଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ। ସେ ସେମାନଙ୍କ ସହିତ ସାକ୍ଷାତ୍ କରିବାକୁ ଗଲେ,
Acts 18:23 in Oriya 23 ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଅଞ୍ଚଳ ଓ ଫ୍ରୁଗିଆ ଦେଇ ଯାତ୍ରା କରୁ କରୁ ଶିଷ୍ୟସମସ୍ତଙ୍କୁ ସୁସ୍ଥିର କରୁଥିଲେ।
Acts 23:11 in Oriya 11 ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ।
Acts 27:5 in Oriya 5 କିଲିକିୟା ଓ ପଂଫୂଲିଆ ସମ୍ମୁଖସ୍ଥ ସମୁଦ୍ର ପାର ହୋଇ ଲୁକିଆର ମୁରାକୁ ଆସିଲୁ।
Acts 28:15 in Oriya 15 ଭାଇମାନେ ଆମ୍ଭମାନଙ୍କ ସମ୍ବାଦ ପାଇ ସେହି ସ୍ଥାନରୁ ଆପ୍ପୀୟଙ୍କ ହାଟ ‘ଓ ‘ତିନି ସରେଇଘର ‘ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେଟିବା ପାଇଁ ଆସିଲେ, ପୁଣି, ପାଉଲ ସେମାନଙ୍କୁ ଦେଖି ଇଶ୍ବରଙ୍କ ଧନ୍ୟବାଦ କରି ସାହାସ ପାଇଲେ।
Romans 1:7 in Oriya 7 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Romans 1:15 in Oriya 15 ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ।
2 Timothy 1:17 in Oriya 17 ବରଂ ସେ ରୋମରେ ଥିବା ସମୟରେ ମୋତେ ଯତ୍ନ ସହକାରେ ଅନ୍ୱେଷଣ କରି ମୋ ସହିତ ସାକ୍ଷାତ କଲେ,
Revelation 11:8 in Oriya 8 ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବା।