Acts 2:22 in Oriya 22 ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଇଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି,ଏହା ଅାପଣମାନେ ନିଜେ ଜାଣନ୍ତି;
Other Translations King James Version (KJV) Ye men of Israel, hear these words; Jesus of Nazareth, a man approved of God among you by miracles and wonders and signs, which God did by him in the midst of you, as ye yourselves also know:
American Standard Version (ASV) Ye men of Israel, hear these words: Jesus of Nazareth, a man approved of God unto you by mighty works and wonders and signs which God did by him in the midst of you, even as ye yourselves know;
Bible in Basic English (BBE) Men of Israel, give ear to these words: Jesus of Nazareth, a man who had the approval of God, as was made clear to you by the great works and signs and wonders which God did by him among you, as you yourselves have knowledge,
Darby English Bible (DBY) Men of Israel, hear these words: Jesus the Nazaraean, a man borne witness to by God to you by works of power and wonders and signs, which God wrought by him in your midst, as yourselves know
World English Bible (WEB) "Men of Israel, hear these words! Jesus of Nazareth, a man approved by God to you by mighty works and wonders and signs which God did by him in the midst of you, even as you yourselves know,
Young's Literal Translation (YLT) `Men, Israelites! hear these words, Jesus the Nazarene, a man approved of God among you by mighty works, and wonders, and signs, that God did through him in the midst of you, according as also ye yourselves have known;
Cross Reference Isaiah 41:14 in Oriya 14 ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା” ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
Matthew 2:23 in Oriya 23 ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”
Matthew 9:8 in Oriya 8 ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ୱର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ।
Matthew 11:2 in Oriya 2 ଏଥିମଧ୍ୟରେ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ,
Matthew 12:28 in Oriya 28 କିନ୍ତୁ ମୁଁ ଯଦି ଇଶ୍ବରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଇଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।
Luke 7:20 in Oriya 20 ସେହି ଲୋକମାନେ ତାହାଙ୍କ ନିକଟକୁ ଆସି କହିଲେ, ବାପ୍ତିଜକ ଯୋହନ ଆମ୍ଭମାନଙ୍କୁ ଆପଣଙ୍କ ନିକଟକୁ ଏହା କହି ପଠାଇଅଛନ୍ତି, ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ?
Luke 11:20 in Oriya 20 କିନ୍ତୁ ମୁଁ ଯଦି ଇଶ୍ବରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଇଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।
Luke 24:18 in Oriya 18 ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କ'ଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ ?
John 1:45 in Oriya 45 ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ମୋଶାଙ୍କ ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।
John 3:2 in Oriya 2 ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ।
John 4:48 in Oriya 48 ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ।
John 5:17 in Oriya 17 ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ, ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।
John 5:36 in Oriya 36 କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି।
John 6:14 in Oriya 14 ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି।
John 6:27 in Oriya 27 କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ୱର ମୁଦ୍ରାଙ୍କିତ କଲେ।
John 7:31 in Oriya 31 କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କ'ଣ ଅଧିକ କରିବେ ?
John 9:33 in Oriya 33 ଏ ଈଶ୍ୱରଙ୍କଠାରୁ ଆସି ନ ଥିଲେ କିଛି କରିପାରନ୍ତେ ନାହିଁ।
John 10:37 in Oriya 37 ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;
John 11:40 in Oriya 40 ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଇଶ୍ବରଙ୍କ ମହିମା ଦେଖିବ, ଏହା କ'ଣ ମୁଁ ତୁମ୍ଭକୁ କହିଲି ନାହିଁ ? ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ।
John 11:47 in Oriya 47 ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କ'ଣ କରୁଅଛୁ ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି।
John 12:17 in Oriya 17 ଆଉ, ସେ ଲାଜାରଙ୍କୁ ସମାଧିରୁ ଡାକି ମୃତମାନଙ୍କ ମଧ୍ୟରୁ ଉଠାଇବା ସମୟରେ ଯେଉଁ ଲୋକସମୂହ ତାହାଙ୍କ ସହିତ ଥିଲେ, ସେମାନେ ସାକ୍ଷ୍ୟ ଦେବାକୁ ଲାଗିଲେ।
John 14:10 in Oriya 10 ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋ'ଠାରେ ଅଛନ୍ତି, ଏକଥା କ'ଣ ବିଶ୍ୱାସ କରୁ ନାହଁ ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହି ସବୁ ମୋ' ନିଜରୁ କହେ ନାହିଁ, କିନ୍ତୁ ପିତା ମୋ'ଠାରେ ଥାଇ ଆପଣା କର୍ମ କରୁଅଛନ୍ତି।
John 15:24 in Oriya 24 ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହି ସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।
John 19:19 in Oriya 19 ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ। ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୂଦୀମାନଙ୍କ ରାଜା।
Acts 3:12 in Oriya 12 ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି ? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି ?
Acts 4:10 in Oriya 10 ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।
Acts 5:35 in Oriya 35 ପୁଣି, ସେ ସେମାନଙ୍କୁ କହିଲେ, ହେ ଇସ୍ରାଏଲୀୟ ଲୋକମାନେ, ଏମାନଙ୍କ ପ୍ରତି ଆପଣମାନେ କ'ଣ କରିବାକୁ ଉଦ୍ୟତ ହେଉଅଛନ୍ତି, ସେହି ବିଷୟରେ ସାବଧାନ ହେଉନ୍ତୁ।
Acts 6:14 in Oriya 14 କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହି ସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ।
Acts 10:37 in Oriya 37 ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ସମୟରୁ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦା ରେ ପ୍ରଚାରିତ ହୋଇଅଛି,
Acts 13:16 in Oriya 16 ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ୱର ଭୟକାରୀମାନେ, ଶ୍ରବଣ କରନ୍ତୁ।
Acts 14:27 in Oriya 27 ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ।
Acts 21:28 in Oriya 28 ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି।
Acts 22:8 in Oriya 8 ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ ? ସେଥିରେ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।
Acts 24:5 in Oriya 5 କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
Acts 26:9 in Oriya 9 ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି।
Acts 26:26 in Oriya 26 ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହି ସମସ୍ତ ବିଷୟର କୌଣସି କଥା ତାଙ୍କର ଅଜଣା ନାହିଁ ବୋଲି ମୋହର ବିଶ୍ୱାସ; ଏହା ତ ଗୋପନରେ କରା ହୋଇ ନାହିଁ।
2 Corinthians 12:12 in Oriya 12 ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହି ସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି।
Hebrews 2:4 in Oriya 4 ସେ ସମ୍ବନ୍ଧରେ ଈଶ୍ୱର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।