Acts 2:30 in Oriya 30 ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାଙ୍କ ସିଂହାସନରେ ରାଜା କରି ବସାଇବା ପାଇଁ ପରମେଶ୍ୱର ତାକୁ ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ।
Other Translations King James Version (KJV) Therefore being a prophet, and knowing that God had sworn with an oath to him, that of the fruit of his loins, according to the flesh, he would raise up Christ to sit on his throne;
American Standard Version (ASV) Being therefore a prophet, and knowing that God had sworn with an oath to him, that of the fruit of his loins he would set `one' upon his throne;
Bible in Basic English (BBE) But being a prophet, and having in mind the oath which God had given to him, that of the fruit of his body one would take his place as a king,
Darby English Bible (DBY) Being therefore a prophet, and knowing that God had sworn to him with an oath, of the fruit of his loins to set upon his throne;
World English Bible (WEB) Therefore, being a prophet, and knowing that God had sworn with an oath to him that of the fruit of his body, according to the flesh, he would raise up the Christ to sit on his throne,
Young's Literal Translation (YLT) a prophet, therefore, being, and knowing that with an oath God did swear to him, out of the fruit of his loins, according to the flesh, to raise up the Christ, to sit upon his throne,
Cross Reference 2 Samuel 7:11 in Oriya 11 କିଅବା ଯେପରି ପୂର୍ବକାଳରେ ଓ ଯେଉଁ ସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା। ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।
2 Samuel 23:2 in Oriya 2 “ମୋ' ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋ' ଜିହ୍ୱାରେ ଥିଲା।
1 Chronicles 17:11 in Oriya 11 ପୁଣି, ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
Psalm 2:6 in Oriya 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।
Psalm 72:1 in Oriya 1 ଶଲୋମନଙ୍କର ଗୀତ। ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।
Psalm 89:3 in Oriya 3 “ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।
Psalm 89:19 in Oriya 19 ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।
Psalm 110:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋ' ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”
Psalm 132:11 in Oriya 11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।
Isaiah 7:14 in Oriya 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Jeremiah 23:5 in Oriya 5 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
Jeremiah 33:14 in Oriya 14 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି।
Amos 9:11 in Oriya 11 “ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନ ସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନ ସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
Micah 5:2 in Oriya 2 ମାତ୍ର ହେ ବେଥଲିହିମ-ଉଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।
Matthew 22:43 in Oriya 43 ଯୀଶୁ ସେମାନଙ୍କୁ କହିଲେ, ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ପ୍ରଭୁ ବୋଲି କହନ୍ତି ?
Matthew 27:35 in Oriya 35 ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ,
Mark 12:36 in Oriya 36 ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।
Luke 1:31 in Oriya 31 ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।
Luke 1:69 in Oriya 69 ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,
Luke 2:10 in Oriya 10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
Luke 24:44 in Oriya 44 ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।
John 18:36 in Oriya 36 ଯୀଶୁ ଉତ୍ତର ଦେଲେ, ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୂଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍ସମ୍ବନ୍ଧୀୟ ନୁହେଁ।
Acts 1:16 in Oriya 16 ମୋର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
Romans 1:3 in Oriya 3 ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,
Romans 15:12 in Oriya 12 ପୁନର୍ବାର ଯିଶାଇୟ କହନ୍ତି, “ଯିଶାଇୟଙ୍କ ମୂଳ ରହିବ, ଆଉ, ଯେ ଅଣଯିହୂଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୂଦୀମାନେ ତାହାଙ୍କ ଉପରେ ଭରସା ରଖିବେ।”
2 Timothy 2:8 in Oriya 8 ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର।
Hebrews 3:7 in Oriya 7 ଅତଏବ ପବିତ୍ର ଆତ୍ମା ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ”
Hebrews 4:7 in Oriya 7 ଆଉ ଗୋଟିଏ ଦିନ, ଅର୍ଥାତ୍, ଆଜି ଦିନ ନିରୂପଣ କରି ଏତେକାଳ ପରେ ଦାଉଦଙ୍କ ଗ୍ରନ୍ଥରେ କହନ୍ତି, ଯେପରି ପୂର୍ବରେ କୁହାଯାଇଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଆପଣା ଆପଣା ହୃଦୟ କଠିନ ନ କର।
Hebrews 6:17 in Oriya 17 ଏଣୁ ଈଶ୍ୱର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,
Hebrews 7:1 in Oriya 1 ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଇଶ୍ବରଙ୍କ ଯାଜକ ଥିଲେ। ସେ, ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
Hebrews 7:21 in Oriya 21 ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି;
2 Peter 1:21 in Oriya 21 କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ୱର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।
Revelation 17:14 in Oriya 14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
Revelation 19:16 in Oriya 16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।