Acts 2:46 in Oriya 46 ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଇଶ୍ବରଙ୍କ ପ୍ରଶଂସା କରୁଥିଲେ।
Other Translations King James Version (KJV) And they, continuing daily with one accord in the temple, and breaking bread from house to house, did eat their meat with gladness and singleness of heart,
American Standard Version (ASV) And day by day, continuing stedfastly with one accord in the temple, and breaking bread at home, they took their food with gladness and singleness of heart,
Bible in Basic English (BBE) And day by day, going in agreement together regularly to the Temple and, taking broken bread together in their houses, they took their food with joy and with true hearts,
Darby English Bible (DBY) And every day, being constantly in the temple with one accord, and breaking bread in [the] house, they received their food with gladness and simplicity of heart,
World English Bible (WEB) Day by day, continuing steadfastly with one accord in the temple, and breaking bread at home, they took their food with gladness and singleness of heart,
Young's Literal Translation (YLT) Daily also continuing with one accord in the temple, breaking also at every house bread, they were partaking of food in gladness and simplicity of heart,
Cross Reference Deuteronomy 12:7 in Oriya 7 ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।
Deuteronomy 12:12 in Oriya 12 ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
Deuteronomy 16:11 in Oriya 11 ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
Nehemiah 8:10 in Oriya 10 ଆଉ, ନିହିମିୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”
Psalm 86:11 in Oriya 11 ହେ ସଦାପ୍ରଭୁ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।
Ecclesiastes 9:7 in Oriya 7 ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
Matthew 6:22 in Oriya 22 ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।
Luke 11:41 in Oriya 41 ବରଂ ଭିତରେ ଯାହା ଯାହା ଅଛି, ସେହି ସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।
Luke 24:30 in Oriya 30 ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ।
Luke 24:53 in Oriya 53 ପୁଣି, ସର୍ବଦା ମନ୍ଦିରରେ ରହି ଇଶ୍ବରଙ୍କ ସ୍ତବ କରିବାକୁ ଲାଗିଲେ।
Acts 1:13 in Oriya 13 ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ‘ଉଦ୍ଯୋଗୀ' ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।
Acts 2:42 in Oriya 42 ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।
Acts 3:1 in Oriya 1 ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।
Acts 5:21 in Oriya 21 ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ।
Acts 5:42 in Oriya 42 ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ,ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ।
Acts 16:34 in Oriya 34 ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ୱରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ।
Acts 20:7 in Oriya 7 ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲେ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।
Romans 12:8 in Oriya 8 ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।
1 Corinthians 10:30 in Oriya 30 ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି ?
1 Corinthians 11:20 in Oriya 20 ତୁମ୍ଭମାନଙ୍କର ସମାଗମ ହେବା ସମୟରେ ତୁମ୍ଭେମାନେ ପ୍ରଭୁଭୋଜ ପାଳନ କରି ନ ଥାଅ;
2 Corinthians 1:12 in Oriya 12 ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଇଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
2 Corinthians 11:3 in Oriya 3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।
Ephesians 6:5 in Oriya 5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;
Colossians 3:22 in Oriya 22 ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲାପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।