Cross Reference 2 Chronicles 19:6 in Oriya 6 ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।
Psalm 74:2 in Oriya 2 ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର।
Psalm 78:70 in Oriya 70 ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।
Proverbs 10:21 in Oriya 21 ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ସକାଶୁ ମରନ୍ତି।
Song of Solomon 1:7 in Oriya 7 ହେ ମୋ' ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ?
Isaiah 40:11 in Oriya 11 ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।
Isaiah 53:10 in Oriya 10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।
Isaiah 63:11 in Oriya 11 ସେତେବେଳେ ସେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, “ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି ? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
Jeremiah 3:15 in Oriya 15 ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।'
Jeremiah 13:17 in Oriya 17 ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।
Jeremiah 13:20 in Oriya 20 ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ ?
Jeremiah 31:10 in Oriya 10 ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, “ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।”
Ezekiel 34:3 in Oriya 3 ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷର ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ।
Ezekiel 34:31 in Oriya 31 “ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Micah 5:4 in Oriya 4 ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।
Micah 7:14 in Oriya 14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।
Zechariah 11:4 in Oriya 4 ସଦାପ୍ରଭୁ ମୋ' ପରମେଶ୍ୱର ଏହି କଥା କହିଲେ, “ଏହି ବଧ ହେବାକୁ ଥିବା ପଲକୁ ଚରାଅ।”
Matthew 2:6 in Oriya 6 ‘ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋ'ଠାରୁ ଆସିବେ।'”
Matthew 16:18 in Oriya 18 ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।
Mark 13:9 in Oriya 9 କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।
Luke 12:32 in Oriya 32 ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ବର୍ଗସ୍ଥ ପିତାଙ୍କର ମହା ଆନନ୍ଦ।
Luke 21:34 in Oriya 34 କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
John 21:15 in Oriya 15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ।
Acts 13:2 in Oriya 2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
Acts 14:23 in Oriya 23 ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।
Acts 20:17 in Oriya 17 ମୀଲୀତରୁ ସେ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।
Acts 20:29 in Oriya 29 ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,
1 Corinthians 1:2 in Oriya 2 କରିନ୍ଥରେ ଥିବା ଇଶ୍ବରଙ୍କ ମଣ୍ଡଳୀ ନିକଟକୁ; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,
1 Corinthians 9:26 in Oriya 26 ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ।
1 Corinthians 10:32 in Oriya 32 ଯିହୂଦୀ ବା ଗ୍ରୀକ୍ ବା ଇଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,
1 Corinthians 11:22 in Oriya 22 କ'ଣ ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ ? କିମ୍ବା ତୁମ୍ଭେମାନେ କ'ଣ ଇଶ୍ବରଙ୍କ ମଣ୍ଡଳୀକୁ ଅବଜ୍ଞା କରୁଅଛ, ପୁଣି, ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ ? ମୁଁ ତୁମ୍ଭମାନଙ୍କୁ କ'ଣ କହିବି ? କ'ଣ ତୁମ୍ଭମାନଙ୍କର ପ୍ରଶଂସା କରିବି ? ଏବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ।
1 Corinthians 12:8 in Oriya 8 କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,
1 Corinthians 12:28 in Oriya 28 ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।
1 Corinthians 15:9 in Oriya 9 କାରଣ ଇଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ।
Galatians 1:13 in Oriya 13 ପୂର୍ବେ ଯିହୂଦୀ ଧର୍ମରେ ମୋହର ଆଚାର ବ୍ୟବହାର ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଇଶ୍ବରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,
Ephesians 1:7 in Oriya 7 ତାହାଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
Ephesians 1:14 in Oriya 14 ଇଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
Ephesians 4:11 in Oriya 11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
Philippians 1:1 in Oriya 1 ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ;
Colossians 1:14 in Oriya 14 ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍, ପାପ କ୍ଷମା ପାଇଅଛୁ।
Colossians 4:17 in Oriya 17 ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ।
1 Timothy 3:2 in Oriya 2 ଅତଏବ, ଅଧ୍ୟକ୍ଷଙ୍କର ନିନ୍ଦନୀୟ ନ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,
1 Timothy 3:5 in Oriya 5 (କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଇଶ୍ବରଙ୍କ ମଣ୍ଡଳୀର ଦାୟିତ୍ୱ ନେବ ?)
1 Timothy 3:15 in Oriya 15 ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଇଶ୍ବରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଇଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।
1 Timothy 4:14 in Oriya 14 ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର।
1 Timothy 4:16 in Oriya 16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।
1 Timothy 5:17 in Oriya 17 ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।
Titus 1:7 in Oriya 7 କାରଣ ଅଧ୍ୟକ୍ଷ, ଇଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ,
Hebrews 9:12 in Oriya 12 ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି।
Hebrews 12:15 in Oriya 15 କାଳେ କେହି ଇଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
Hebrews 13:17 in Oriya 17 ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।
1 Peter 1:18 in Oriya 18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
1 Peter 2:25 in Oriya 25 କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ।
1 Peter 5:2 in Oriya 2 ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଇଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଇଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;
1 John 1:7 in Oriya 7 କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,