Acts 20:35 in Oriya 35 ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳ ମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ୍, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।
Other Translations King James Version (KJV) I have shewed you all things, how that so labouring ye ought to support the weak, and to remember the words of the Lord Jesus, how he said, It is more blessed to give than to receive.
American Standard Version (ASV) In all things I gave you an example, that so laboring ye ought to help the weak, and to remember the words of the Lord Jesus, that he himself said, It is more blessed to give than to receive.
Bible in Basic English (BBE) In all things I was an example to you of how, in your lives, you are to give help to the feeble, and keep in memory the words of the Lord Jesus, how he himself said, There is a greater blessing in giving than in getting.
Darby English Bible (DBY) I have shewed you all things, that thus labouring [we] ought to come in aid of the weak, and to remember the words of the Lord Jesus, that he himself said, It is more blessed to give than to receive.
World English Bible (WEB) In all things I gave you an example, that so laboring you ought to help the weak, and to remember the words of the Lord Jesus, that he himself said, 'It is more blessed to give than to receive.'"
Young's Literal Translation (YLT) all things I did shew you, that, thus labouring, it behoveth `us' to partake with the ailing, to be mindful also of the words of the Lord Jesus, that he himself said, It is more blessed to give than to receive.'
Cross Reference Psalm 41:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
Psalm 112:5 in Oriya 5 ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।
Proverbs 19:17 in Oriya 17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
Isaiah 32:8 in Oriya 8 ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।
Isaiah 35:3 in Oriya 3 ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥର ଥର ଆଣ୍ଠୁକୁ ସୁସ୍ଥିର କର।
Isaiah 58:7 in Oriya 7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ ?
Matthew 10:8 in Oriya 8 ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Luke 14:12 in Oriya 12 ପୁଣି, ସେ ଆପଣା ନିମନ୍ତ୍ରଣକାରୀଙ୍କୁ ମଧ୍ୟ କହିଲେ, ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭାଇ କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ, କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ।
Acts 20:20 in Oriya 20 କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ
Acts 20:27 in Oriya 27 ମୁଁ ଇଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି।
Romans 15:1 in Oriya 1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ୍, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।
1 Corinthians 9:12 in Oriya 12 ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କ'ଣ ଆହୁରି ଅଧିକ ନୋହୁଁ ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟ କରୁଅଛୁ।
2 Corinthians 8:9 in Oriya 9 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।
2 Corinthians 9:6 in Oriya 6 କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।
2 Corinthians 11:9 in Oriya 9 କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲିି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।
2 Corinthians 11:12 in Oriya 12 କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥି ନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି।
2 Corinthians 12:13 in Oriya 13 କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ୱରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ଡଳୀସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ ? ମୋହର ଏହି ଦୋଷ କ୍ଷମା କର।
Ephesians 4:28 in Oriya 28 ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥି ନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।
Philippians 4:17 in Oriya 17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।
1 Thessalonians 4:11 in Oriya 11 ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥି ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
1 Thessalonians 5:14 in Oriya 14 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।
Hebrews 12:12 in Oriya 12 ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର,
Hebrews 13:3 in Oriya 3 ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।
Hebrews 13:16 in Oriya 16 ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ୱରଙ୍କର ପରମ ସନ୍ତୋଷ।