Acts 21:13 in Oriya 13 ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କ'ଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।
Other Translations King James Version (KJV) Then Paul answered, What mean ye to weep and to break mine heart? for I am ready not to be bound only, but also to die at Jerusalem for the name of the Lord Jesus.
American Standard Version (ASV) Then Paul answered, What do ye, weeping and breaking my heart? for I am ready not to be bound only, but also to die at Jerusalem for the name of the Lord Jesus.
Bible in Basic English (BBE) Then Paul said, What are you doing, weeping and wounding my heart? for I am ready, not only to be a prisoner, but to be put to death at Jerusalem for the name of the Lord Jesus.
Darby English Bible (DBY) But Paul answered, What do ye, weeping and breaking my heart? for *I* am ready not only to be bound, but also to die at Jerusalem for the name of the Lord Jesus.
World English Bible (WEB) Then Paul answered, "What are you doing, weeping and breaking my heart? For I am ready not only to be bound, but also to die at Jerusalem for the name of the Lord Jesus."
Young's Literal Translation (YLT) and Paul answered, `What do ye -- weeping, and crushing mine heart? for I, not only to be bound, but also to die at Jerusalem, am ready, for the name of the Lord Jesus;'
Cross Reference 1 Samuel 15:14 in Oriya 14 ତହିଁରେ ଶାମୁୟେଲ କହିଲେ, ତେବେ ମୋ' କର୍ଣ୍ଣରେ ଯେ ମେଷରବ ହେଉଛି ଓ ମୁଁ ଯେ ଗୋରୁ-ରବ ଶୁଣୁଛି, ଏଥିର ଅର୍ଥ କଅଣ ?
Isaiah 3:15 in Oriya 15 ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କ'ଣ ? ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।
Ezekiel 18:2 in Oriya 2 “ପିତୃପୁରୁଷମାନେ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦନ୍ତ ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ, ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି ?
Jonah 1:6 in Oriya 6 ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ ? ଉଠ, ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ପରମେଶ୍ୱର ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”
Acts 5:41 in Oriya 41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
Acts 9:16 in Oriya 16 ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।
Acts 20:24 in Oriya 24 କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଇଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।
Acts 20:37 in Oriya 37 ଆଉ ସେମାନେ ଅତ୍ୟନ୍ତ ରୋଦନ କରି ପାଉଲଙ୍କ ଗଳା ଧରି ତାହାଙ୍କୁ ଚୁମ୍ବନ କରିବାକୁ ଲାଗିଲେ,
Romans 8:35 in Oriya 35 ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍ଗ ?
1 Corinthians 15:31 in Oriya 31 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି।
2 Corinthians 4:10 in Oriya 10 ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ।
2 Corinthians 11:23 in Oriya 23 ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
Philippians 1:20 in Oriya 20 ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।
Philippians 2:17 in Oriya 17 ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,
Philippians 2:26 in Oriya 26 କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ;
Colossians 1:24 in Oriya 24 ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;
2 Timothy 1:4 in Oriya 4 ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥି- ନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;
2 Timothy 2:4 in Oriya 4 କୌଣସି ଲୋକ ସୖେନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୖେନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରି ପାରେ।
2 Timothy 4:6 in Oriya 6 କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।
2 Peter 1:14 in Oriya 14 ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି।
Revelation 3:10 in Oriya 10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏ ହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।
Revelation 12:11 in Oriya 11 ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।