Acts 21:3 in Oriya 3 ପରେ କୁପ୍ର ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟାକୁ ଯାତ୍ରା କରି ସୋରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା।
Other Translations King James Version (KJV) Now when we had discovered Cyprus, we left it on the left hand, and sailed into Syria, and landed at Tyre: for there the ship was to unlade her burden.
American Standard Version (ASV) And when we had come in sight of Cyprus, leaving it on the left hand, we sailed unto Syria, and landed at Tyre; for there the ship was to unlade her burden.
Bible in Basic English (BBE) And when we had come in view of Cyprus, going past it on our left, we went on to Syria, and came to land at Tyre: for there the goods which were in the ship had to be taken out.
Darby English Bible (DBY) and having sighted Cyprus, and left it on the left hand, we sailed to Syria, and made the land at Tyre, for there the ship was to discharge her cargo.
World English Bible (WEB) When we had come in sight of Cyprus, leaving it on the left hand, we sailed to Syria, and landed at Tyre, for there the ship was to unload her cargo.
Young's Literal Translation (YLT) and having discovered Cyprus, and having left it on the left, we were sailing to Syria, and did land at Tyre, for there was the ship discharging the lading.
Cross Reference Judges 10:6 in Oriya 6 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍ ଦେବତାଗଣର ଓ ଅଷ୍ଟାରୋତ୍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।
2 Samuel 8:6 in Oriya 6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
Psalm 45:12 in Oriya 12 ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ କରିବେ।
Psalm 87:4 in Oriya 4 ମୋ' ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା।
Isaiah 7:2 in Oriya 2 ଏଥିଉତ୍ତାରେ ଦାଉଦବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।
Isaiah 23:17 in Oriya 17 ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ୱ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକୁ ଫେରିବ, ପୁଣି, ଭୂମଣ୍ଡଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟା ବୃତ୍ତି କରିବ।
Matthew 4:24 in Oriya 24 ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।
Matthew 11:21 in Oriya 21 ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାନ୍ତା, ତେବେ ସେମାନେ ସମୟ ପୁର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ।
Luke 2:2 in Oriya 2 ସିରିୟାର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ନାମଲେଖା ହୋଇଥିଲା।
Luke 10:13 in Oriya 13 ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ।
Acts 4:36 in Oriya 36 ପୁଣି, ଯୋଷେଫ, ଯେ ଲେବୀ ବଂଶଜାତ ଜଣେ ସାଇପ୍ରସ୍ ଜାତିର ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅନୁବାଦ କଲେ ଏହାର ଅର୍ଥ ସାନ୍ତ୍ୱନାର ପୁତ୍ର),
Acts 11:19 in Oriya 19 ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନିକିଆ, ସାଇପ୍ରସ୍ ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୂଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।
Acts 12:20 in Oriya 20 ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା।
Acts 13:4 in Oriya 4 ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି କୁପ୍ରକୁ ଗଲେ।
Acts 15:23 in Oriya 23 ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୂଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।
Acts 15:39 in Oriya 39 ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ କୁପ୍ରକୁ ଗମନ କଲେ,
Acts 15:41 in Oriya 41 ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀସମୂହଙ୍କୁ ସୁସ୍ଥିର କଲେ।
Acts 18:18 in Oriya 18 ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟାକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।
Acts 21:16 in Oriya 16 ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ କୁପ୍ରର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ,ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା।
Acts 27:4 in Oriya 4 ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ କୁପ୍ରର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି,