Acts 22:3 in Oriya 3 ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍ଯୋଗୀ ଅଟନ୍ତି, ଇଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍ଯୋଗୀ ଥିଲି;
Other Translations King James Version (KJV) I am verily a man which am a Jew, born in Tarsus, a city in Cilicia, yet brought up in this city at the feet of Gamaliel, and taught according to the perfect manner of the law of the fathers, and was zealous toward God, as ye all are this day.
American Standard Version (ASV) I am a Jew, born in Tarsus of Cilicia, but brought up in this city, at the feet of Gamaliel, instructed according to the strict manner of the law of our fathers, being zealous for God, even as ye all are this day:
Bible in Basic English (BBE) I am a Jew of Tarsus in Cilicia by birth, but I had my education in this town at the feet of Gamaliel, being trained in the keeping of every detail of the law of our fathers; given up to the cause of God with all my heart, as you are today.
Darby English Bible (DBY) *I* am a Jew, born in Tarsus of Cilicia, but brought up in this city, at the feet of Gamaliel, educated according to [the] exactness of the law of [our] fathers, being zealous for God, as *ye* are all this day;
World English Bible (WEB) "I am indeed a Jew, born in Tarsus of Cilicia, but brought up in this city at the feet of Gamaliel, instructed according to the strict manner of the law of our fathers, being zealous for God, even as you all are this day.
Young's Literal Translation (YLT) `I, indeed, am a man, a Jew, having been born in Tarsus of Cilicia, and brought up in this city at the feet of Gamaliel, having been taught according to the exactitude of a law of the fathers, being zealous of God, as all ye are to-day.
Cross Reference Deuteronomy 33:3 in Oriya 3 ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।
2 Samuel 21:2 in Oriya 2 ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ-ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ-ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)
2 Kings 4:38 in Oriya 38 ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ପୁତ୍ରମାନେ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍ବକ୍ତାଗଣଙ୍କ ପୁତ୍ରମାନଙ୍କ ନିମନ୍ତେ ଖାଦ୍ୟ ରନ୍ଧନ କର।”
Luke 2:46 in Oriya 46 ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,
Luke 8:35 in Oriya 35 ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ।
Luke 10:39 in Oriya 39 ତାହାଙ୍କର ଜଣେ ଭଉଣୀ ଥିଲେ ତାଙ୍କ ନାମ ମରିୟମ , ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।
Acts 5:34 in Oriya 34 କିନ୍ତୁ ଗମଲୀୟେଲ୍ ନାମକ ଜଣେ ଫାରୂଶୀ, ଯେ କି ମୋଶାଙ୍କ ବ୍ୟବସ୍ଥା ଶିକ୍ଷକ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,
Acts 6:9 in Oriya 9 କିନ୍ତୁ ଲିବର୍ତ୍ତୀନ, କୂୂରୀଣୀୟ ଓ ଅାଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୂଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଆସିଆ ଅଞ୍ଚଳମାନଙ୍କରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
Acts 9:11 in Oriya 11 ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି;
Acts 9:30 in Oriya 30 ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ।
Acts 11:25 in Oriya 25 ପରେ ସେ ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷକୁ ବାହାରିଗଲେ,
Acts 15:23 in Oriya 23 ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୂଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।
Acts 15:41 in Oriya 41 ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀସମୂହଙ୍କୁ ସୁସ୍ଥିର କଲେ।
Acts 21:20 in Oriya 20 ସେମାନେ ତାହା ଶୁଣି ଇଶ୍ବରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୂଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍ଯୋଗୀ।
Acts 21:39 in Oriya 39 ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୂଦୀ, ତାର୍ଷ ନଗରର ଲୋକ, କିଲିକିଆର ଏକ ଅସାମାନ୍ୟ ନଗରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି।
Acts 23:6 in Oriya 6 ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି।
Acts 23:34 in Oriya 34 ସେ ଚିଠିଟି ପଢ଼ିଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିଆର ଲୋକ, ଏହା ଜାଣି ସେ କହିଲେ,
Acts 26:5 in Oriya 5 ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନ ଯାପନ କଲି।
Romans 10:2 in Oriya 2 କାରଣ ଇଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ।
Romans 11:1 in Oriya 1 ତେବେ ମୁଁ କହେ, ଈଶ୍ୱର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି ? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ।
2 Corinthians 11:22 in Oriya 22 ସେମାନେ କି ଏବ୍ରୀୟ ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ ? ମୁଁ ମଧ୍ୟ ଇସ୍ରାଏଲୀୟ। ସେମାନେ କି ଅବ୍ରହାମଙ୍କ ସନ୍ତାନ ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ।
Galatians 1:14 in Oriya 14 ଆଉ, ମୋହର ପିତୃପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୂଦୀ ଧର୍ମରେ ଅଗ୍ରସର ହେଉଥିଲି।
Galatians 1:21 in Oriya 21 ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି।
Galatians 4:17 in Oriya 17 ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଂ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍ଯୋଗୀ ହୁଅ, ଏଥି ନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋ'ଠାରୁ ପୃଥକ କରିବାକୁ ଇଚ୍ଛା କରୁଅଛନ୍ତି।
Philippians 3:5 in Oriya 5 ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,