Acts 23:12 in Oriya 12 ଦିନ ହୁଅନ୍ତେ ଯିହୂଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ, ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି, ଶପଥରେ ନିଜ ନିଜକୁ ଆବଦ୍ଧ କଲେ।
Other Translations King James Version (KJV) And when it was day, certain of the Jews banded together, and bound themselves under a curse, saying that they would neither eat nor drink till they had killed Paul.
American Standard Version (ASV) And when it was day, the Jews banded together, and bound themselves under a curse, saying that they would neither eat nor drink till they had killed Paul.
Bible in Basic English (BBE) And when it was day, the Jews came together and put themselves under an oath that they would take no food or drink till they had put Paul to death.
Darby English Bible (DBY) And when it was day, the Jews, having banded together, put themselves under a curse, saying that they would neither eat nor drink till they should kill Paul.
World English Bible (WEB) When it was day, some of the Jews banded together, and bound themselves under a curse, saying that they would neither eat nor drink until they had killed Paul.
Young's Literal Translation (YLT) And day having come, certain of the Jews having made a concourse, did anathematize themselves, saying neither to eat nor to drink till they may kill Paul;
Cross Reference Leviticus 27:29 in Oriya 29 ମନୁଷ୍ୟମାନଙ୍କ ମଧ୍ୟରେ ଯେ ଦଣ୍ଡିତ ହେବା ନିମନ୍ତେ ଉତ୍ସର୍ଗିତ ହେବ, ଏପରି ଉତ୍ସର୍ଗିତ କେହି ମୁକ୍ତ କରାଯିବ ନାହିଁ; ସେ ନିତାନ୍ତ ହତ ହେବ।
Joshua 6:26 in Oriya 26 ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; ସେ ଆପଣା ଜ୍ୟେଷ୍ଠପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।
Joshua 7:1 in Oriya 1 ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସଦ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।
Joshua 7:15 in Oriya 15 ତହିଁରେ ଯାହାଠାରେ ବର୍ଜିତ ବସ୍ତୁ ଥିବାର ନିର୍ଣ୍ଣୟ କରାଯିବ, ସେ ଓ ତାହାର ସର୍ବସ୍ୱ ଅଗ୍ନିରେ ଦଗ୍ଧ ହେବ; ଯେହେତୁ ସେ ସଦାପ୍ରଭୁଙ୍କ ନିୟମ ଲଙ୍ଘନ କଲା ଓ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା।
1 Samuel 14:24 in Oriya 24 ପୁଣି, ସେହିଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ। ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।
1 Samuel 14:27 in Oriya 27 ମାତ୍ର ଯୋନାଥନ ଆପଣା ପିତା ଲୋକମାନଙ୍କୁ ଶପଥ କରାଇବା ବେଳେ ଶୁଣି ନ ଥିଲା; ଏହେତୁ ସେ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ରଭାଗ ବଢ଼ାଇ ମହୁଚାକରେ ବୁଡ଼ାଇଲା ଓ ମୁଖକୁ ହସ୍ତ ନେଲା; ତହିଁରେ ତାହାର ଚକ୍ଷୁ ସତେଜ ହେଲା।
1 Samuel 14:40 in Oriya 40 ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି, ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା। ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର।
1 Kings 19:2 in Oriya 2 ତହିଁରେ ଈଷେବଲ୍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
2 Kings 6:31 in Oriya 31 ତେବେ ସେ କହିଲେ, “ଯେବେ ଆଜି ଶାଫଟର ପୁତ୍ର ଇଲୀଶାୟର ମସ୍ତକ ତାହା ଦେହରେ ରହେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
Nehemiah 10:29 in Oriya 29 ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;
Psalm 2:1 in Oriya 1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି ?
Psalm 31:13 in Oriya 13 କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋ' ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋ' ପ୍ରାଣ ନେବା ପାଇଁ ସଙ୍କଳ୍ପ କଲେ।
Psalm 64:2 in Oriya 2 କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ;
Isaiah 8:9 in Oriya 9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ।
Jeremiah 11:19 in Oriya 19 ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ, ଏହି କଥା କହି ସେମାନେ ଯେ ମୋ' ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।
Matthew 26:4 in Oriya 4 ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ;
Matthew 26:74 in Oriya 74 ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।
Matthew 27:25 in Oriya 25 ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।
Mark 6:23 in Oriya 23 ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା।
Acts 23:14 in Oriya 14 ସେମାନେ ପ୍ରଧାନ ଯାଜକ ଓ ପ୍ରାଚୀନମାନଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କିଛି ଖାଇବୁ ନାହିଁ ବୋଲି ନିଜ ନିଜକୁ ଦୃଢ଼ ଶପଥରେ ଆବଦ୍ଧ କରିଅଛୁ।
Acts 23:21 in Oriya 21 ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାହାଙ୍କୁ ବଧ ନ କରିବା ଯାଏ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ନିଜ ନିଜକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାହାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି।
Acts 23:30 in Oriya 30 ଏହି ଲୋକ ବିରୁଦ୍ଧରେ ଷଡ଼ଯନ୍ତ୍ର ହେବ ବୋଲି ମୋତେ ଖବର ଦିଆଯିବାରୁ ମୁଁ ଏହାକୁ ଅବିଳମ୍ବରେ ଆପଣଙ୍କ ନିକଟକୁ ପଠେଇଲି; ଏହାର ଅଭିଯୋଗକାରୀମାନଙ୍କୁ ମଧ୍ୟ ଆପଣଙ୍କ ସମ୍ମୁଖରେ, ଏହା ବିରୁଦ୍ଧରେ ସାକ୍ଷ୍ୟ ଦେବାକୁ ଆଦେଶ ଦେଲି।
Acts 25:3 in Oriya 3 ଆଉ ସେ ଯେପରି ତାଙ୍କୁ ଯିରୂଶାଲମକୁ ଡକାଇ ପଠାନ୍ତି ଏଥି ନିମନ୍ତେ ବିନତିପୁର୍ବକ ତାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ।
1 Corinthians 16:22 in Oriya 22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।
Galatians 3:13 in Oriya 13 ଯୀଶୁଖ୍ରୀଷ୍ଟଙ୍କ ହେତୁ ଅବ୍ରାହାମଙ୍କର ଆଶୀର୍ବାଦ ଯେପରି ଅଣଯିହୂଦୀମାନଙ୍କ ପ୍ରତିବର୍ତ୍ତେ, ପୁଣି, ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,