Cross Reference 1 Samuel 12:7 in Oriya 7 ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।
2 Samuel 23:3 in Oriya 3 ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ‘ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।
1 Kings 21:27 in Oriya 27 ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।
1 Kings 22:26 in Oriya 26 ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନର ଓ ରାଜପୁତ୍ର ଯୋୟାଶର ନିକଟକୁ ଫେରାଇ ନେଇଯାଅ;
2 Kings 22:19 in Oriya 19 ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
Ezra 10:3 in Oriya 3 ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରି ଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ।
Ezra 10:9 in Oriya 9 ତହୁଁ ଯିହୁଦା ଓ ବିନ୍ୟାମୀନର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।
Job 29:14 in Oriya 14 ମୁଁ ଧର୍ମ ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ଯାଥାର୍ଥିକତା ଆବରଣ-ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା।
Psalm 11:7 in Oriya 7 କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।
Psalm 45:7 in Oriya 7 ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
Psalm 50:3 in Oriya 3 ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।
Psalm 58:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍। ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ ?
Psalm 72:2 in Oriya 2 ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।
Psalm 82:1 in Oriya 1 ଆସଫର ଗୀତ। ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ବିଚାରକର୍ତ୍ତାମାନଙ୍କ ମଧ୍ୟରେ ବିଚାର କରନ୍ତି।
Psalm 99:1 in Oriya 1 ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।
Psalm 119:120 in Oriya 120 ତୁମ୍ଭ ଭୟ ସକାଶୁ ମୋ' ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ।
Proverbs 1:24 in Oriya 24 ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
Proverbs 6:4 in Oriya 4 ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ।
Proverbs 16:12 in Oriya 12 କୁକର୍ମ କରିବାର ରାଜାମାନଙ୍କର ଘୃଣା ବିଷୟ; ଯେହେତୁ ଧାର୍ମିକତାରେ ସିଂହାସନ ସ୍ଥିରୀକୃତ ହୁଏ।
Proverbs 31:3 in Oriya 3 ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ।
Ecclesiastes 3:16 in Oriya 16 ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି।
Ecclesiastes 5:8 in Oriya 8 ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।
Ecclesiastes 10:16 in Oriya 16 ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।
Ecclesiastes 11:9 in Oriya 9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।
Ecclesiastes 12:14 in Oriya 14 ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।
Isaiah 1:18 in Oriya 18 ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
Isaiah 1:21 in Oriya 21 ବିଶ୍ଵସ୍ତ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
Isaiah 16:5 in Oriya 5 ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ।
Isaiah 28:6 in Oriya 6 ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।
Isaiah 32:11 in Oriya 11 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।
Isaiah 41:21 in Oriya 21 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର,” ଯାକୁବର ରାଜା କହନ୍ତି, ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Isaiah 61:8 in Oriya 8 କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।
Isaiah 66:2 in Oriya 2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
Jeremiah 22:3 in Oriya 3 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।
Jeremiah 22:15 in Oriya 15 ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ ? ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ ? ତହିଁରେ ତାହାର ମଙ୍ଗଳ ହେଲା।
Jeremiah 23:29 in Oriya 29 ସଦାପ୍ରଭୁ କହନ୍ତି, “ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ ?”
Jeremiah 37:17 in Oriya 17 ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି ?” ତହିଁରେ ଯିରିମୀୟ କହିଲେ, “ଆସିଅଛି।” ସେ ଆହୁରି କହିଲେ, “ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।”
Jeremiah 38:14 in Oriya 14 ଏଥିଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, “ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋ'ଠାରୁ କିଛି ଗୋପନ କରିବ ନାହିଁ।”
Ezekiel 45:9 in Oriya 9 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲର ଅଧିପତିମାନେ, ତୁମ୍ଭମାନଙ୍କ ନିମନ୍ତେ ଏହା ଯଥେଷ୍ଟ ହେଉ; ତୁମ୍ଭେମାନେ ଦୌରାତ୍ମ୍ୟ ଓ ଧନାପହାର ଦୂର କର, ଆଉ ନ୍ୟାୟ ଓ ଯଥାର୍ଥ ବିଚାର କର; ତୁମ୍ଭେମାନେ ଆମ୍ଭ ଲୋକମାନଙ୍କଠାରୁ ବଳପୂର୍ବକ ଅପହରଣ କରିବାର ଦୂର କର, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Daniel 4:27 in Oriya 27 ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।
Daniel 5:1 in Oriya 1 ରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।
Daniel 5:30 in Oriya 30 ସେହି ରାତ୍ରିରେ କଲ୍ଦୀୟମାନଙ୍କର ରାଜା ବେଲ୍ଶତ୍ସର ବଧ କରାଗଲା।
Daniel 12:2 in Oriya 2 ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।
Hosea 7:5 in Oriya 5 ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।
Hosea 10:4 in Oriya 4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ।
Hosea 10:12 in Oriya 12 ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି।
Amos 5:24 in Oriya 24 ମାତ୍ର ନ୍ୟାୟ ବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ।
Amos 6:12 in Oriya 12 ଅଶ୍ୱଗଣ କି ଶୈଳ ଉପରେ ଦୌଡ଼ିବେ ? କେହି ବଳଦ ନେଇ କି ସେଠାରେ ଚାଷ କରିବ ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ତିକ୍ତ ଫଳରେ ପରିଣତ କରିଅଛ;
Habakkuk 3:16 in Oriya 16 ମୁଁ ଶୁଣିଲି ଓ ମୋ' ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋ' ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।
Haggai 1:2 in Oriya 2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।
Matthew 14:5 in Oriya 5 ଆଉ, ସେ ତାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।
Matthew 22:5 in Oriya 5 କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ, ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ,
Matthew 25:1 in Oriya 1 ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ।
Matthew 25:31 in Oriya 31 ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,
Mark 6:18 in Oriya 18 କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ।
Luke 13:24 in Oriya 24 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।
Luke 17:26 in Oriya 26 ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ;
John 16:8 in Oriya 8 ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;
Acts 2:37 in Oriya 37 ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ?
Acts 9:6 in Oriya 6 କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ।
Acts 10:42 in Oriya 42 ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ୱର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ।
Acts 16:29 in Oriya 29 ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,
Acts 17:2 in Oriya 2 ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,
Acts 17:13 in Oriya 13 କିନ୍ତୁ ଯେତେବେଳେ ଥେସଲନୀକୀୟ ଯିହୂଦୀମାନେ ଜାଣିଲେ ଯେ, ଇଶ୍ବରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ।
Acts 17:32 in Oriya 32 ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।
Acts 24:15 in Oriya 15 ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ୱରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି।
Acts 24:26 in Oriya 26 ଆହୁରି ମଧ୍ୟ ପାଉଲ ତାଙ୍କୁ ଲାଞ୍ଚ ଦେବେ ବୋଲି ସେ ଆଶା କରୁଥିଲେ, ସେଥିପାଇଁ ଥରକୁଥର ତାଙ୍କୁ ଡକାଇ ତାଙ୍କ ସହିତ କଥାବାର୍ତ୍ତା କରୁଥିଲେ।
Acts 26:28 in Oriya 28 ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିଆନ କରି ପାର ବୋଲି ମନେ କରୁଅଛ।
Romans 2:16 in Oriya 16 ଯେଉଁ ଦିନରେ ଈଶ୍ୱର ମୋହର ସୁସମାଚାର ଅନୁସାରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।
Romans 3:19 in Oriya 19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଇଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
Romans 12:1 in Oriya 1 ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଇଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଇଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
Romans 14:12 in Oriya 12 ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଇଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।
1 Corinthians 4:5 in Oriya 5 ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ।
1 Corinthians 14:24 in Oriya 24 କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି, ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ୱାରା ବିଚାରିତ ହୁଏ,
2 Corinthians 5:10 in Oriya 10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।
2 Corinthians 6:2 in Oriya 2 କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହାଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।
Galatians 3:22 in Oriya 22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି।
Galatians 5:23 in Oriya 23 ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
2 Thessalonians 1:7 in Oriya 7 ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କଷ୍ଟ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଇଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;
2 Timothy 4:1 in Oriya 1 ମୁଁ ଇଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,
Titus 2:11 in Oriya 11 କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଇଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
Hebrews 3:7 in Oriya 7 ଅତଏବ ପବିତ୍ର ଆତ୍ମା ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ”
Hebrews 3:13 in Oriya 13 କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
Hebrews 4:1 in Oriya 1 ଅତଏବ ଆସ, ଆମ୍ଭେମାନେ ସାବଧାନ ହେଉ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ।
Hebrews 4:11 in Oriya 11 ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।
Hebrews 6:2 in Oriya 2 ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ।
Hebrews 9:27 in Oriya 27 ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେମାତ୍ର ମୃତ୍ୟୁ,
Hebrews 12:21 in Oriya 21 ଆଉ ସେହି ଦୃଶ୍ୟ ଏପରି ଭୟଙ୍କର ଥିଲା ଯେ, ମୋଶା ହିଁ କହିଲେ, ମୁଁ ଅତ୍ୟନ୍ତ ଭୀତ ଓ କମ୍ପିତ ହେଉଅଛି।
James 2:19 in Oriya 19 ଈଶ୍ୱର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି।
James 4:13 in Oriya 13 ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ;
1 Peter 3:15 in Oriya 15 କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,
1 Peter 4:4 in Oriya 4 ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;
2 Peter 1:6 in Oriya 6 ଜ୍ଞାନ ସହିତ ସଂଯମ, ସଂଯମ ସହିତ ଧୈର୍ଯ୍ୟ, ଧୈର୍ଯ୍ୟ ସହିତ ଧର୍ମପରାୟଣତା,
1 John 3:7 in Oriya 7 ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;
1 John 3:10 in Oriya 10 ଏଥିରେ କିଏ ଇଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କଠାରୁ ଜାତ ନୁହେଁ।
Revelation 20:11 in Oriya 11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।