Acts 24:26 in Oriya 26 ଆହୁରି ମଧ୍ୟ ପାଉଲ ତାଙ୍କୁ ଲାଞ୍ଚ ଦେବେ ବୋଲି ସେ ଆଶା କରୁଥିଲେ, ସେଥିପାଇଁ ଥରକୁଥର ତାଙ୍କୁ ଡକାଇ ତାଙ୍କ ସହିତ କଥାବାର୍ତ୍ତା କରୁଥିଲେ।
Other Translations King James Version (KJV) He hoped also that money should have been given him of Paul, that he might loose him: wherefore he sent for him the oftener, and communed with him.
American Standard Version (ASV) He hoped withal that money would be given him of Paul: wherefore also he sent for him the oftener, and communed with him.
Bible in Basic English (BBE) For he was hoping that Paul would give him money: so he sent for him more frequently and had talk with him.
Darby English Bible (DBY) hoping at the same time that money would be given him by Paul: wherefore also he sent for him the oftener and communed with him.
World English Bible (WEB) Meanwhile, he also hoped that money would be given to him by Paul, that he might release him. Therefore also he sent for him more often, and talked with him.
Young's Literal Translation (YLT) and at the same time also hoping that money shall be given to him by Paul, that he may release him, therefore, also sending for him the oftener, he was conversing with him;
Cross Reference Exodus 23:8 in Oriya 8 ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରି ଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।
Deuteronomy 16:19 in Oriya 19 ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।
1 Samuel 8:3 in Oriya 3 ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ।
1 Samuel 12:3 in Oriya 3 ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।
2 Chronicles 19:7 in Oriya 7 ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।”
Job 15:34 in Oriya 34 କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ ଓ ଅଗ୍ନି ଲାଞ୍ଚର ତମ୍ବୁସବୁ ଗ୍ରାସ କରିବ।
Psalm 26:9 in Oriya 9 ପାପୀମାନଙ୍କ ସଙ୍ଗେ ମୋ' ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋ' ଜୀବନକୁ ସଂଗ୍ରହ କର ନାହିଁ।
Proverbs 17:8 in Oriya 8 ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ।
Proverbs 17:23 in Oriya 23 ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।
Proverbs 19:6 in Oriya 6 ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି।
Proverbs 29:4 in Oriya 4 ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ।
Isaiah 1:23 in Oriya 23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା'ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
Isaiah 33:15 in Oriya 15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
Isaiah 56:11 in Oriya 11 ଆହୁରି, ସେହି କୁକୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।
Ezekiel 22:27 in Oriya 27 ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।
Ezekiel 33:31 in Oriya 31 ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।
Hosea 4:18 in Oriya 18 ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।
Hosea 12:7 in Oriya 7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।
Amos 2:6 in Oriya 6 ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
Micah 3:11 in Oriya 11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।
Micah 7:3 in Oriya 3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
Acts 24:2 in Oriya 2 ତାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାହାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ୱାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି, ଆପଣଙ୍କର ଦୂରଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି,
Acts 24:17 in Oriya 17 ଅନେକ ବର୍ଷ ପରେ ମୁଁ ମୋର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
Ephesians 5:5 in Oriya 5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ଦେବପୂଜକ -ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ୱରଙ୍କର ରାଜ୍ୟରେ ଅଧିକାର ନାହିଁ।
1 Timothy 6:9 in Oriya 9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
2 Peter 2:3 in Oriya 3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
2 Peter 2:14 in Oriya 14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,