Acts 24:5 in Oriya 5 କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
Other Translations King James Version (KJV) For we have found this man a pestilent fellow, and a mover of sedition among all the Jews throughout the world, and a ringleader of the sect of the Nazarenes:
American Standard Version (ASV) For we have found this man a pestilent fellow, and a mover of insurrections among all the Jews throughout the world, and a ringleader of the sect of the Nazarenes:
Bible in Basic English (BBE) For this man, in our opinion, is a cause of trouble, a maker of attacks on the government among Jews through all the empire, and a chief mover in the society of the Nazarenes:
Darby English Bible (DBY) For finding this man a pest, and moving sedition among all the Jews throughout the world, and a leader of the sect of the Nazaraeans;
World English Bible (WEB) For we have found this man to be a plague, an instigator of insurrections among all the Jews throughout the world, and a ringleader of the sect of the Nazarenes.
Young's Literal Translation (YLT) for having found this man a pestilence, and moving a dissension to all the Jews through the world -- a ringleader also of the sect of the Nazarenes --
Cross Reference 1 Samuel 22:7 in Oriya 7 ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କ'ଣ ତୁମ୍ଭମାନଙ୍କ ପ୍ରତିଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କ'ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,
1 Kings 18:17 in Oriya 17 ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କ'ଣ ତୁମ୍ଭେ ?”
Ezra 4:12 in Oriya 12 ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ‘ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।’
Nehemiah 6:5 in Oriya 5 ଏହାପରେ ସନ୍ବଲ୍ଲଟ୍ ଆପଣା ଦାସ ହାତରେ ଖଣ୍ଡେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋ' ନିକଟକୁ ପଠାଇଲା।
Esther 3:8 in Oriya 8 ଏଥିଉତ୍ତାରେ ହାମନ୍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ।
Jeremiah 38:4 in Oriya 4 ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।
Amos 7:10 in Oriya 10 ଯେତେବେଳେ ବୈଥେଲର ଯାଜକ ଅମତ୍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ।”
Matthew 2:23 in Oriya 23 ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”
Matthew 5:11 in Oriya 11 ଲୋକେ ଯେବେ ତୁମ୍ଭମାନଙ୍କୁ ମୋ' ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
Matthew 10:25 in Oriya 25 ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।
Luke 23:2 in Oriya 2 ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହୀ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି।
Luke 23:5 in Oriya 5 କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ସମଗ୍ର ଯିହୂଦା ଦେଶରେ ଶିକ୍ଷା ଦେଇ ଗାଲିଲୀଠାରୁ ଆରମ୍ଭ କରି ଏ ସ୍ଥାନ ପର୍ଯ୍ୟନ୍ତ ସୁଦ୍ଧା ଲୋକସାଧାରଣଙ୍କୁ ମତାଉଅଛି।
Luke 23:19 in Oriya 19 ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଲବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା।
Luke 23:25 in Oriya 25 କିନ୍ତୁ ବିପ୍ଲବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧିନରେ ସମର୍ପଣ କଲେ।
Acts 5:17 in Oriya 17 ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ଜ୍ୱଳିତ ହୋଇ ଉଠିଲେ
Acts 6:13 in Oriya 13 ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ,ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,
Acts 15:5 in Oriya 5 କିନ୍ତୁ ଫାରୂଶୀଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୂଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।
Acts 16:20 in Oriya 20 ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ,ଏହି ଲୋକଗୁଡ଼ାକ ଯିହୂଦୀ,ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି।
Acts 17:6 in Oriya 6 ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରି ପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି।
Acts 21:28 in Oriya 28 ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି।
Acts 22:22 in Oriya 22 ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ୍ ନୁହେଁ।
Acts 24:14 in Oriya 14 କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀଶାସ୍ତ୍ରରେ ଲିଖିତ ଅଛି, ସେହି ସବୁ ମୁଁ ବିଶ୍ୱାସ କରେ;
Acts 26:5 in Oriya 5 ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନ ଯାପନ କଲି।
Acts 28:22 in Oriya 22 କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେମାନେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି।
1 Corinthians 4:13 in Oriya 13 ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ।
1 Corinthians 11:19 in Oriya 19 ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।
1 Peter 2:12 in Oriya 12 ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଇଶ୍ବରଙ୍କ ଗୌରବ କରିବେ।
1 Peter 2:19 in Oriya 19 କାରଣ କେହି ଯେବେ ଈଶ୍ୱରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ।