Acts 26:23 in Oriya 23 ଅର୍ଥାତ୍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୂଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।
Other Translations King James Version (KJV) That Christ should suffer, and that he should be the first that should rise from the dead, and should shew light unto the people, and to the Gentiles.
American Standard Version (ASV) how that the Christ must suffer, `and' how that he first by the resurrection of the dead should proclaim light both to the people and to the Gentiles.
Bible in Basic English (BBE) That the Christ would go through pain, and being the first to come back from the dead, would give light to the people and to the Gentiles.
Darby English Bible (DBY) [namely,] whether Christ should suffer; whether he first, through resurrection of [the] dead, should announce light both to the people and to the nations.
World English Bible (WEB) how the Christ must suffer, and how, by the resurrection of the dead, he would be first to proclaim light both to these people and to the Gentiles."
Young's Literal Translation (YLT) that the Christ is to suffer, whether first by a rising from the dead, he is about to proclaim light to the people and to the nations.'
Cross Reference Genesis 3:15 in Oriya 15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
Psalm 16:8 in Oriya 8 ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।
Psalm 22:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ। ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୋତେ ସାହାଯ୍ୟ କରିବାରୁ ଓ ମୋ' ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ?
Isaiah 53:1 in Oriya 1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
Daniel 9:24 in Oriya 24 ଆଜ୍ଞା ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ପବିତ୍ରତମଙ୍କୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।
Zechariah 12:10 in Oriya 10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
Zechariah 13:7 in Oriya 7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”
Matthew 27:53 in Oriya 53 ପୁଣି, ତାହାଙ୍କ ପୁନରୁତ୍ଥାନ ପରେ ସେମାନେ ସମାଧିରୁ ବାହାରି ପୁଣି, ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ।
Luke 2:32 in Oriya 32 ଅଣଯିହୂଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୁପ କରିଅଛ।
Luke 18:31 in Oriya 31 ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
Luke 24:26 in Oriya 26 ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ?
Luke 24:46 in Oriya 46 ଆଉ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖା ଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,
John 10:18 in Oriya 18 କେହି ମୋ'ଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।
John 11:25 in Oriya 25 ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋ'ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
Acts 2:23 in Oriya 23 ସେହି ବ୍ୟକ୍ତି ଇଶ୍ବରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ;
Acts 3:18 in Oriya 18 କିନ୍ତୁ ଈଶ୍ୱର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହି ସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।
Acts 13:34 in Oriya 34 ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏବିଷୟରେ ସେ ଏହି ପ୍ରକାର କହିଅଛନ୍ତି, ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା।
Acts 26:8 in Oriya 8 ଈଶ୍ୱର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ୱାସ୍ୟ ବୋଲି ବୋଧ ହୁଏ ?
Acts 26:18 in Oriya 18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।
1 Corinthians 15:3 in Oriya 3 କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,
1 Corinthians 15:20 in Oriya 20 କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।
Colossians 1:18 in Oriya 18 ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।
Hebrews 2:10 in Oriya 10 କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତାଙ୍କୁ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ତାହାଙ୍କର ଉପଯୁକ୍ତ ଥିଲା।
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,