Acts 28:8 in Oriya 8 ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଅମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ।
Other Translations King James Version (KJV) And it came to pass, that the father of Publius lay sick of a fever and of a bloody flux: to whom Paul entered in, and prayed, and laid his hands on him, and healed him.
American Standard Version (ASV) And it was so, that the father of Publius lay sick of fever and dysentery: unto whom Paul entered in, and prayed, and laying his hands on him healed him.
Bible in Basic English (BBE) And the father of Publius was ill, with a disease of the stomach; to whom Paul went, and put his hands on him, with prayer, and made him well.
Darby English Bible (DBY) And it happened that the father of Publius lay ill of fever and dysentery; to whom Paul entered in, and having prayed and laid his hands on him cured him.
World English Bible (WEB) It happened that the father of Publius lay sick of fever and dysentery. Paul entered in to him, prayed, and laying his hands on him, healed him.
Young's Literal Translation (YLT) and it came to pass, the father of Publius with feverish heats and dysentery pressed, was laid, unto whom Paul having entered, and having prayed, having laid `his' hands on him, healed him;
Cross Reference 1 Kings 17:20 in Oriya 20 ପୁଣି, ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୁ, ମୋ' ପରମେଶ୍ୱର, ମୁଁ ଯେଉଁ ବିଧବାର ଗୃହରେ ପ୍ରବାସ କରୁଅଛି, ତୁମ୍ଭେ ତାହାର ପୁତ୍ରକୁ ବଧ କରି ତାହା ପ୍ରତି ହିଁ କ'ଣ ଅମଙ୍ଗଳ ଘଟାଇଲ ?”
Matthew 9:18 in Oriya 18 ଯୀଶୁ ସେମାନଙ୍କୁ ଏହି ସବୁ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ, ମୋର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ।
Matthew 10:1 in Oriya 1 ଇତିମଧ୍ୟରେ ସେ ଆପଣା ଦ୍ୱାଦଶ ଶିଷ୍ୟଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ।
Matthew 10:8 in Oriya 8 ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।
Mark 1:30 in Oriya 30 ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାଙ୍କ କଥା ଯୀଶୁଙ୍କୁ ଜଣାଇଲେ।
Mark 5:23 in Oriya 23 ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ।
Mark 6:5 in Oriya 5 ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରି ପାରିଲେ ନାହିଁ।
Mark 7:32 in Oriya 32 ଆଉ ଲୋକ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ।
Mark 16:18 in Oriya 18 ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।
Luke 4:40 in Oriya 40 ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ।
Luke 9:1 in Oriya 1 ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।
Luke 10:8 in Oriya 8 ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର,
Luke 13:13 in Oriya 13 ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଇଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା।
Acts 9:17 in Oriya 17 ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ,ଏଥି ନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି।
Acts 9:40 in Oriya 40 କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।
Acts 19:11 in Oriya 11 ପୁଣି, ଈଶ୍ୱର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ,
1 Corinthians 12:9 in Oriya 9 ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି,
1 Corinthians 12:28 in Oriya 28 ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।
James 5:14 in Oriya 14 ତୁମ୍ଭମାନଙ୍କ ମଧ୍ୟରେ କ'ଣ କେହି ପୀଡ଼ିତ ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।