Acts 3:13 in Oriya 13 ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।
Other Translations King James Version (KJV) The God of Abraham, and of Isaac, and of Jacob, the God of our fathers, hath glorified his Son Jesus; whom ye delivered up, and denied him in the presence of Pilate, when he was determined to let him go.
American Standard Version (ASV) The God of Abraham, and of Isaac, and of Jacob, the God of our fathers, hath glorified his Servant Jesus; whom ye delivered up, and denied before the face of Pilate, when he had determined to release him.
Bible in Basic English (BBE) The God of Abraham, of Isaac, and of Jacob, the God of our fathers, has given glory to his servant Jesus; whom you gave up, turning your backs on him, when Pilate had made the decision to let him go free.
Darby English Bible (DBY) The God of Abraham and Isaac and Jacob, the God of our fathers, has glorified his servant Jesus, whom *ye* delivered up, and denied him in the presence of Pilate, when *he* had judged that he should be let go.
World English Bible (WEB) The God of Abraham, Isaac, and Jacob, the God of our fathers, has glorified his Servant Jesus, whom you delivered up, and denied in the presence of Pilate, when he had determined to release him.
Young's Literal Translation (YLT) `The God of Abraham, and of Isaac, and of Jacob, the God of our fathers, did glorify His child Jesus, whom ye delivered up, and denied him in the presence of Pilate, he having given judgment to release `him',
Cross Reference Exodus 3:6 in Oriya 6 ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
Psalm 2:6 in Oriya 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।
Psalm 105:6 in Oriya 6 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
Psalm 110:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋ' ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”
Matthew 11:27 in Oriya 27 ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।
Matthew 20:19 in Oriya 19 ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ।
Matthew 22:32 in Oriya 32 ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର। ସେ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।
Matthew 27:2 in Oriya 2 ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।
Matthew 27:17 in Oriya 17 ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ ?
Matthew 28:18 in Oriya 18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
Mark 15:11 in Oriya 11 ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଂ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ।
Luke 23:4 in Oriya 4 ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ।
Luke 23:16 in Oriya 16 ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ
John 3:35 in Oriya 35 ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି।
John 5:22 in Oriya 22 ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି।
John 7:39 in Oriya 39 ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।
John 12:16 in Oriya 16 ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହି ସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ୱିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ବନ୍ଧରେ ଲେଖାଯାଇଥିଲା, ପୁଣି, ତାହାଙ୍କ ପ୍ରତି ସେମାନେ ଯେ ଏହି ସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା।
John 13:31 in Oriya 31 ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ୱର ମହିମାନ୍ୱିତ ହେଲେ।
John 16:14 in Oriya 14 ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋ' ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।
John 17:1 in Oriya 1 ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,
John 18:40 in Oriya 40 ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ। ଏହି ବାରବ୍ବା ଜଣେ ଡକାଇତ ଥିଲା।
John 19:12 in Oriya 12 ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ।
John 19:15 in Oriya 15 ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କ'ଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା ? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।
Acts 2:23 in Oriya 23 ସେହି ବ୍ୟକ୍ତି ଇଶ୍ବରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ;
Acts 2:33 in Oriya 33 ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
Acts 5:30 in Oriya 30 ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର ତାହାଙ୍କୁ ଉଠାଇଅଛନ୍ତି।
Acts 7:32 in Oriya 32 ଆମ୍ଭେ ତୁମ୍ଭ ପିତୃପୁରୁଷମାନଙ୍କ ଈଶ୍ୱର, ଅବ୍ରହାମ, ଇସ୍ହାକ ଓ ଯାକୁବର ଈଶ୍ୱର। ସେଥିରେ ମୋଶା କମ୍ପି ଉଠି, ଭଲରୂପେ ଦେଖିବାକୁ ସାହାସ କଲେ ନାହିଁ।
Acts 13:27 in Oriya 27 କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,
Acts 22:14 in Oriya 14 ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃପୁରୁଷଙ୍କର ଈଶ୍ୱର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,
Ephesians 1:20 in Oriya 20 ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
Philippians 2:9 in Oriya 9 ଏହି କାରଣରୁ ଈଶ୍ୱର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
Hebrews 2:9 in Oriya 9 କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଇଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।
Hebrews 11:9 in Oriya 9 ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
Revelation 1:18 in Oriya 18 ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।