Acts 3:18 in Oriya 18 କିନ୍ତୁ ଈଶ୍ୱର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହି ସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।
Other Translations King James Version (KJV) But those things, which God before had shewed by the mouth of all his prophets, that Christ should suffer, he hath so fulfilled.
American Standard Version (ASV) But the things which God foreshowed by the mouth of all the prophets, that his Christ should suffer, he thus fulfilled.
Bible in Basic English (BBE) But the things which God had made clear before, by the mouth of all the prophets, that the Christ would have to undergo, he has put into effect in this way.
Darby English Bible (DBY) but God has thus fulfilled what he had announced beforehand by the mouth of all the prophets, that his Christ should suffer.
World English Bible (WEB) But the things which God announced by the mouth of all his prophets, that Christ should suffer, he thus fulfilled.
Young's Literal Translation (YLT) and God, what things before He had declared through the mouth of all His prophets, that the Christ should suffer, He did thus fulfil;
Cross Reference Genesis 3:15 in Oriya 15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
Psalm 22:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ। ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୋତେ ସାହାଯ୍ୟ କରିବାରୁ ଓ ମୋ' ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ?
Psalm 69:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋ' ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି।
Isaiah 50:6 in Oriya 6 ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।
Isaiah 53:1 in Oriya 1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
Daniel 9:26 in Oriya 26 ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନ ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Zechariah 12:10 in Oriya 10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
Zechariah 13:7 in Oriya 7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”
Luke 24:26 in Oriya 26 ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ?
Luke 24:44 in Oriya 44 ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।
Acts 2:23 in Oriya 23 ସେହି ବ୍ୟକ୍ତି ଇଶ୍ବରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ;
Acts 17:2 in Oriya 2 ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,
Acts 26:22 in Oriya 22 ଅତଏବ, ଈଶ୍ୱରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ କ୍ଷୁଦ୍ର ଓ ମହାନ ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହି ସବୁ ଛଡ଼ା ଆଉ କିଛି କହୁ ନାହିଁ,
Acts 28:23 in Oriya 23 ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଇଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
1 Corinthians 15:3 in Oriya 3 କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,
1 Peter 1:10 in Oriya 10 ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ।
Revelation 19:10 in Oriya 10 ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।