Acts 3:22 in Oriya 22 ମୋଶା ତ କହିଥିଲେ, ପ୍ରଭୁ ଈଶ୍ୱର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହି ସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ।
Other Translations King James Version (KJV) For Moses truly said unto the fathers, A prophet shall the Lord your God raise up unto you of your brethren, like unto me; him shall ye hear in all things whatsoever he shall say unto you.
American Standard Version (ASV) Moses indeed said, A prophet shall the Lord God raise up unto you from among your brethren, like unto me. To him shall ye hearken in all things whatsoever he shall speak unto you.
Bible in Basic English (BBE) For Moses said, The Lord will give you a prophet from among your people, like me; you will give ear to everything which he will say to you.
Darby English Bible (DBY) Moses indeed said, A prophet shall [the] Lord your God raise up to you out of your brethren like me: him shall ye hear in everything whatsoever he shall say to you.
World English Bible (WEB) For Moses indeed said to the fathers, 'The Lord God will raise up a prophet for you from among your brothers, like me. You shall listen to him in all things whatever he says to you.
Young's Literal Translation (YLT) `For Moses, indeed, unto the fathers said -- A prophet to you shall the Lord your God raise up out of your brethren, like to me; him shall ye hear in all things, as many as he may speak unto you;
Cross Reference Deuteronomy 18:15 in Oriya 15 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ।
Isaiah 55:3 in Oriya 3 କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
Matthew 17:4 in Oriya 4 ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆପଣଙ୍କର ଇଚ୍ଛା ହେଲେ ମୁଁ ଏଠାରେ ତିନୋଟି କୁଟୀର ନିର୍ମାଣ କରିବି, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ।
Mark 9:4 in Oriya 4 ପୁଣି, ମୋଶା ଏବଂ ଏଲିୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବାର ସେମାନେ ଦେଖିଲେ।
Luke 9:30 in Oriya 30 ଆଉ ଦେଖ, ମୋଶା ଓ ଏଲିୟ, ଏହି ଦୁଇ ବ୍ୟକ୍ତି ତାହାଙ୍କ ସହିତ କଥାବାର୍ତ୍ତା କରିବାକୁ ଲାଗିଲେ;
Luke 13:33 in Oriya 33 ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମର ବାହାରେ ଭାବବାଦୀର ନିହତ ହେବା ଉଚିତ୍ ନୁହେଁ।
Luke 24:19 in Oriya 19 ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା ? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ୱର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
John 1:17 in Oriya 17 କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।
John 5:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
John 5:39 in Oriya 39 ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି।
John 8:12 in Oriya 12 ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।
John 12:46 in Oriya 46 ଯେ କେହି ମୋ'ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି।
Acts 7:37 in Oriya 37 ଏହି ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ଈଶ୍ୱର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ।
Romans 8:3 in Oriya 3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,
Romans 9:5 in Oriya 5 ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ, ଆମେନ୍।
Galatians 4:4 in Oriya 4 କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ,
Hebrews 1:1 in Oriya 1 ଈଶ୍ୱର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି
Hebrews 2:1 in Oriya 1 ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ୍, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।
Hebrews 2:9 in Oriya 9 କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଇଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।
Hebrews 5:9 in Oriya 9 ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;
Revelation 1:1 in Oriya 1 ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହି ସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ୱର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ।