Acts 3:25 in Oriya 25 ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ୱର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି।
Other Translations King James Version (KJV) Ye are the children of the prophets, and of the covenant which God made with our fathers, saying unto Abraham, And in thy seed shall all the kindreds of the earth be blessed.
American Standard Version (ASV) Ye are the sons of the prophets, and of the covenant which God made with your fathers, saying unto Abraham, And in thy seed shall all the families of the earth be blessed.
Bible in Basic English (BBE) You are the sons of the prophets, and of the agreement which God made with your fathers, saying to Abraham, Through your seed a blessing will come on all the families of the earth.
Darby English Bible (DBY) *Ye* are the sons of the prophets and of the covenant which God appointed to our fathers, saying to Abraham, And in thy seed shall all the families of the earth be blessed.
World English Bible (WEB) You are the children of the prophets, and of the covenant which God made with our fathers, saying to Abraham, 'In your seed will all the families of the earth be blessed.'
Young's Literal Translation (YLT) `Ye are sons of the prophets, and of the covenant that God made unto our fathers, saying unto Abraham: And in thy seed shall be blessed all the families of the earth;
Cross Reference Genesis 12:3 in Oriya 3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
Genesis 17:9 in Oriya 9 ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ।
Genesis 17:19 in Oriya 19 ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।
Genesis 18:18 in Oriya 18 ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ।
Genesis 20:7 in Oriya 7 ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”
Genesis 22:18 in Oriya 18 ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”
Genesis 26:4 in Oriya 4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।
Genesis 27:36 in Oriya 36 ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ ? ଯେହେତୁ ସେ ଦୁଇଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋ' ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାଁନ୍ତି ?”
Genesis 28:14 in Oriya 14 ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।
Genesis 48:14 in Oriya 14 ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନା ପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା।
Genesis 49:1 in Oriya 1 ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।
1 Chronicles 16:17 in Oriya 17 ପୁଣି, ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଇସ୍ରାଏଲ ପ୍ରତି ସ୍ଥିର କଲେ।
Nehemiah 9:8 in Oriya 8 ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ୱସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ।
Psalm 22:27 in Oriya 27 ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।
Psalm 96:7 in Oriya 7 ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
Psalm 105:8 in Oriya 8 ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷପରମ୍ପରା ପ୍ରତି ଆଦେଶ କରିଥିଲେ,
Matthew 3:9 in Oriya 9 ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି।
Luke 1:72 in Oriya 72 ଯେପରି ସେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,
Acts 2:39 in Oriya 39 କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।
Acts 13:26 in Oriya 26 ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।
Romans 4:13 in Oriya 13 କାରଣ ଅବ୍ରହାମ କିମ୍ବା ତାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା।
Romans 9:4 in Oriya 4 ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;
Romans 15:8 in Oriya 8 କାରଣ ମୁଁ କହେ, ଖ୍ରୀଷ୍ଟ, ଇଶ୍ବରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,
Galatians 3:8 in Oriya 8 ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”
Galatians 3:16 in Oriya 16 ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା। ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ।
Galatians 3:29 in Oriya 29 ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 7:9 in Oriya 9 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରିବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;
Revelation 14:6 in Oriya 6 ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,