Acts 4:27 in Oriya 27 କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୂଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
Other Translations King James Version (KJV) For of a truth against thy holy child Jesus, whom thou hast anointed, both Herod, and Pontius Pilate, with the Gentiles, and the people of Israel, were gathered together,
American Standard Version (ASV) for of a truth in this city against thy holy Servant Jesus, whom thou didst anoint, both Herod and Pontius Pilate, with the Gentiles and the peoples of Israel, were gathered together,
Bible in Basic English (BBE) For, truly, in this town, against your holy servant, Jesus, who was marked out by you as Christ, Herod, and Pontius Pilate, with the Gentiles and the people of Israel, came together,
Darby English Bible (DBY) For in truth against thy holy servant Jesus, whom thou hadst anointed, both Herod and Pontius Pilate, with [the] nations, and peoples of Israel, have been gathered together in this city
World English Bible (WEB) For truly, in this city against your holy servant, Jesus, whom you anointed, both Herod and Pontius Pilate, with the Gentiles and the people of Israel, were gathered together
Young's Literal Translation (YLT) for gathered together of a truth against Thy holy child Jesus, whom Thou didst anoint, were both Herod and Pontius Pilate, with nations and peoples of Israel,
Cross Reference Job 14:4 in Oriya 4 ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ ? ଜଣେ ନାହିଁ।
Job 15:14 in Oriya 14 ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ ?
Job 25:4 in Oriya 4 ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ ?
Psalm 2:2 in Oriya 2 ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,
Psalm 2:6 in Oriya 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।
Psalm 45:7 in Oriya 7 ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
Isaiah 49:7 in Oriya 7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
Isaiah 53:3 in Oriya 3 ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Zechariah 11:7 in Oriya 7 ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି।
Matthew 2:13 in Oriya 13 ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।”
Matthew 14:1 in Oriya 1 ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,
Matthew 20:18 in Oriya 18 ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ, ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ,
Matthew 21:28 in Oriya 28 ମାତ୍ର ତୁମ୍ଭେମାନେ କ'ଣ ମନେ କର ? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ। ସେ ପ୍ରଥମ ନିକଟକୁ ଆସି କହିଲେ, ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର।
Matthew 23:37 in Oriya 37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Matthew 26:3 in Oriya 3 ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,
Matthew 26:59 in Oriya 59 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଖୋଜିବାକୁ ଲାଗିଲେ,
Matthew 27:2 in Oriya 2 ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।
Matthew 27:11 in Oriya 11 ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କ ରାଜା ? ଯୀଶୁ କହିଲେ, ଆପଣ କହୁଅଛନ୍ତି।
Matthew 27:40 in Oriya 40 ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଇଶ୍ବରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ।
Mark 10:33 in Oriya 33 ଯୀଶୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ,
Mark 14:1 in Oriya 1 ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ।
Mark 14:43 in Oriya 43 ଆଉ ତତ୍କ୍ଷଣାତ୍, ଯୀଶୁ କଥା କହୁଥିବା ସମୟରେ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କଠାରୁ ଲୋକସମୂହ ଖଡ଼୍ଗ ଓ ଠେଙ୍ଗା ଧରି ଆସିଲେ।
Mark 15:1 in Oriya 1 ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ।
Mark 15:31 in Oriya 31 ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ।
Luke 1:35 in Oriya 35 ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଇଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଇଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।
Luke 4:18 in Oriya 18 ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
Luke 9:22 in Oriya 22 ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ଉଠିବାକୁ ହେବ।
Luke 13:31 in Oriya 31 ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି।
Luke 18:31 in Oriya 31 ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
Luke 20:13 in Oriya 13 ସେଥିରେ ଅଙ୍ଗୁର କ୍ଷେତ୍ରର ମାଲିକ କହିଲେ, ମୁଁ କ'ଣ କରିବି ? ମୋର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ।
Luke 22:1 in Oriya 1 ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା।
Luke 22:47 in Oriya 47 ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା
Luke 22:63 in Oriya 63 ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ,
Luke 23:7 in Oriya 7 ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧିନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମରେ ଥିଲେ।
John 1:11 in Oriya 11 ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।
John 10:36 in Oriya 36 ତାହାହେଲେ ଯାହାଙ୍କୁ ଈଶ୍ୱର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କ'ଣ ତୁମ୍ଭେମାନେ, ମୁଁ ଇଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ୱର ନିନ୍ଦା କରୁଅଛୁ ବୋଲି କହୁଅଛ ?
John 18:1 in Oriya 1 ଯୀଶୁ ଏହି ସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ।
John 18:19 in Oriya 19 ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ବନ୍ଧରେ ପଚାରିଲେ।
John 18:28 in Oriya 28 ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରି ପାରନ୍ତି, ଏଥି ନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।
John 19:34 in Oriya 34 କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା।
Acts 2:27 in Oriya 27 କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ।
Acts 3:13 in Oriya 13 ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।
Acts 4:30 in Oriya 30 ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।
Acts 10:38 in Oriya 38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ।
Hebrews 7:26 in Oriya 26 କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।