Acts 4:32 in Oriya 32 ବିଶ୍ୱାସକାରୀ ଲୋକସମୂୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।
Other Translations King James Version (KJV) And the multitude of them that believed were of one heart and of one soul: neither said any of them that ought of the things which he possessed was his own; but they had all things common.
American Standard Version (ASV) And the multitude of them that believed were of one heart and soul: and not one `of them' said that aught of the things which he possessed was his own; but they had all things common.
Bible in Basic English (BBE) And all those who were of the faith were one in heart and soul: and not one of them said that any of the things which he had was his property only; but they had all things in common.
Darby English Bible (DBY) And the heart and soul of the multitude of those that had believed were one, and not one said that anything of what he possessed was his own, but all things were common to them;
World English Bible (WEB) The multitude of those who believed were of one heart and soul. Not one of them claimed that anything of the things which he possessed was his own, but they had all things in common.
Young's Literal Translation (YLT) and of the multitude of those who did believe the heart and the soul was one, and not one was saying that anything of the things he had was his own, but all things were to them in common.
Cross Reference 1 Chronicles 29:14 in Oriya 14 ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।
2 Chronicles 30:12 in Oriya 12 ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।
Jeremiah 32:39 in Oriya 39 ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
Ezekiel 11:19 in Oriya 19 ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା।
Luke 16:10 in Oriya 10 ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ।
John 17:11 in Oriya 11 ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ନାମରେ ସେମାନଙ୍କୁ ରକ୍ଷା କର (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି।
John 17:21 in Oriya 21 ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।
Acts 1:14 in Oriya 14 ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରିୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ।
Acts 2:1 in Oriya 1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।
Acts 2:44 in Oriya 44 ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ।
Acts 5:12 in Oriya 12 ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,
Romans 12:5 in Oriya 5 ସେହିପରି ଅନେକ ଯେ ଆମ୍ଭେମାନେ, ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।
Romans 15:5 in Oriya 5 ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,
1 Corinthians 1:10 in Oriya 10 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।
1 Corinthians 12:12 in Oriya 12 କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।
2 Corinthians 13:11 in Oriya 11 ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।
Ephesians 4:2 in Oriya 2 ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;
Philippians 1:27 in Oriya 27 ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
Philippians 2:1 in Oriya 1 ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,
1 Peter 3:8 in Oriya 8 ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
1 Peter 4:11 in Oriya 11 କେହି ଯଦି ପ୍ରଚାର କରେ, ତେବେ ସେ ଇଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।