Acts 5:3 in Oriya 3 ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ?
Other Translations King James Version (KJV) But Peter said, Ananias, why hath Satan filled thine heart to lie to the Holy Ghost, and to keep back part of the price of the land?
American Standard Version (ASV) But Peter said, Ananias, why hath Satan filled thy heart to lie to the Holy Spirit, and to keep back `part' of the price of the land?
Bible in Basic English (BBE) But Peter said, Ananias, why has the Evil One put it into your heart to be false to the Holy Spirit, and to keep back part of the price of the land?
Darby English Bible (DBY) But Peter said, Ananias, why has Satan filled thy heart that thou shouldest lie to the Holy Spirit, and put aside for thyself a part of the price of the estate?
World English Bible (WEB) But Peter said, "Ananias, why has Satan filled your heart to lie to the Holy Spirit, and to keep back part of the price of the land?
Young's Literal Translation (YLT) And Peter said, `Ananias, wherefore did the Adversary fill thy heart, for thee to lie to the Holy Spirit, and to keep back of the price of the place?
Cross Reference Genesis 3:13 in Oriya 13 ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”
Numbers 30:2 in Oriya 2 କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।
Deuteronomy 23:21 in Oriya 21 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।
1 Kings 22:21 in Oriya 21 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, “ମୁଁ ତାହାକୁ ଫୁସଲାଇବି।”
1 Chronicles 21:1 in Oriya 1 ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।
Job 22:13 in Oriya 13 ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କ'ଣ ଜାଣନ୍ତି ?' ସେ ନିବିଡ଼ ଅନ୍ଧକାର ଦେଇ କ'ଣ ବିଚାର କରିପାରନ୍ତି ?
Psalm 94:7 in Oriya 7 ପୁଣି, ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି।
Proverbs 20:25 in Oriya 25 ଏହା ପବିତ୍ର ବୋଲି ହଠାତ୍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।
Ecclesiastes 5:4 in Oriya 4 ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର।
Isaiah 29:15 in Oriya 15 ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର ! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି ? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି ?”
Jeremiah 23:24 in Oriya 24 ସଦାପ୍ରଭୁ କହନ୍ତି, “ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ ?” ସଦାପ୍ରଭୁ କହନ୍ତି, “ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ ?
Hosea 11:12 in Oriya 12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।
Matthew 4:3 in Oriya 3 ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଇଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡିକୁ ରୁଟି ହେବା ପାଇଁ ଆଜ୍ଞା ଦିଅ।”
Matthew 13:19 in Oriya 19 ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
Luke 22:3 in Oriya 3 ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଈଷ୍କାରିୟୋଥ ନାମକ ଯିହୂଦା ଠାରେ ଶୟତାନ ପ୍ରବେଶ କଲା;
John 13:2 in Oriya 2 ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,
John 13:27 in Oriya 27 ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା। ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର।
Acts 5:2 in Oriya 2 ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା।
Acts 5:4 in Oriya 4 ବିକ୍ରୟ ନ ହେବା ପୂର୍ବେ ତାହା କ'ଣ ତୁମ୍ଭ ନିଜର ହୋଇ ରହି ନ ଥିଲା ? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା ? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁଁ, ମାତ୍ର ଇଶ୍ବରଙ୍କ ନିକଟରେ ମିଥ୍ୟା କହିଲ।
Acts 5:9 in Oriya 9 ସେଥିରେ ପିତର ତାହାକୁ କହିଲେ, “ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ” ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ।
Romans 2:21 in Oriya 21 ତେବେ ପରକୁ ଶିକ୍ଷା ଦେଉଅଛ ଯେ ତୁମ୍ଭେ, ତୁମ୍ଭେ କ'ଣ ଆପଣାକୁ ଶିକ୍ଷା ଦେଉ ନାହଁ ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ ?
Ephesians 6:11 in Oriya 11 ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇ ପାର, ଏଥି ନିମନ୍ତେ ଈଶ୍ୱରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର।
James 4:7 in Oriya 7 ଅତଏବ, ତୁମ୍ଭେମାନେ ଈଶ୍ୱରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।
1 Peter 5:8 in Oriya 8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।