Acts 5:4 in Oriya 4 ବିକ୍ରୟ ନ ହେବା ପୂର୍ବେ ତାହା କ'ଣ ତୁମ୍ଭ ନିଜର ହୋଇ ରହି ନ ଥିଲା ? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା ? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁଁ, ମାତ୍ର ଇଶ୍ବରଙ୍କ ନିକଟରେ ମିଥ୍ୟା କହିଲ।
Other Translations King James Version (KJV) Whiles it remained, was it not thine own? and after it was sold, was it not in thine own power? why hast thou conceived this thing in thine heart? thou hast not lied unto men, but unto God.
American Standard Version (ASV) While it remained, did it not remain thine own? and after it was sold, was it not in thy power? How is it that thou hast conceived this thing in thy heart? thou has not lied unto men, but unto God.
Bible in Basic English (BBE) While you had it, was it not your property? and after you had given it in exchange, was it not still in your power? how has this purpose come into your mind? you have been false, not to men, but to God.
Darby English Bible (DBY) While it remained did it not remain to *thee*? and sold, was [it not] in thine own power? Why is it that thou hast purposed this thing in thine heart? Thou hast not lied to men, but to God.
World English Bible (WEB) While you kept it, didn't it remain your own? After it was sold, wasn't it in your power? How is it that you have conceived this thing in your heart? You haven't lied to men, but to God."
Young's Literal Translation (YLT) while it remained, did it not remain thine? and having been sold, in thy authority was it not? why `is' it that thou didst put in thy heart this thing? thou didst not lie to men, but to God;'
Cross Reference Exodus 16:8 in Oriya 8 ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”
Exodus 35:21 in Oriya 21 ପୁଣି, ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ବୁ ନିର୍ମାଣ ନିମନ୍ତେ ଓ ତତ୍ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।
Exodus 35:29 in Oriya 29 ଇସ୍ରାଏଲ-ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।
Numbers 16:11 in Oriya 11 ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ ?
Joshua 7:25 in Oriya 25 ପୁଣି ଯିହୋଶୂୟ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ। ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ।
1 Samuel 8:7 in Oriya 7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।
2 Kings 5:25 in Oriya 25 ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”
1 Chronicles 29:3 in Oriya 3 ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋ' ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋ' ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରି ଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି।
1 Chronicles 29:5 in Oriya 5 ସ୍ୱର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହିସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି। ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ୱେଚ୍ଛାରେ ଉଦ୍ୟତ ଅଛି ?”
1 Chronicles 29:9 in Oriya 9 ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।
1 Chronicles 29:17 in Oriya 17 ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।
Job 15:35 in Oriya 35 ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ।
Psalm 7:14 in Oriya 14 ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରାନ୍ତ ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା।
Psalm 139:4 in Oriya 4 କାରଣ ହେ ସଦାପ୍ରଭୁ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋ' ଜିହ୍ୱାରେ ନାହିଁ।
Isaiah 59:4 in Oriya 4 କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।
Ezekiel 38:10 in Oriya 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଙ୍କଳ୍ପ କରିବ;
Luke 10:16 in Oriya 16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।
Acts 5:3 in Oriya 3 ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ?
Acts 5:9 in Oriya 9 ସେଥିରେ ପିତର ତାହାକୁ କହିଲେ, “ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ” ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ।
Acts 8:21 in Oriya 21 ଏବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଇଶ୍ବରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ।
1 Corinthians 8:8 in Oriya 8 କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଇଶ୍ବରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ।
1 Corinthians 9:5 in Oriya 5 ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କୈଫାଙ୍କ ପରି ବିଶ୍ୱାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କ'ଣ ଆମ୍ଭମାନଙ୍କର ଅଧିକାର ନାହିଁ ?
1 Thessalonians 4:8 in Oriya 8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।
Philemon 1:14 in Oriya 14 କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବାଧ୍ୟ ବାଧକତାରେ କଲାପରି ନ ହୋଇ ସ୍ୱଚ୍ଛନ୍ଦ ମନରେ ହେବ।
James 1:15 in Oriya 15 ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।