Acts 6:1 in Oriya 1 ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନେ ଏବ୍ରୀ ବିଶ୍ବାସୀମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା।
Other Translations King James Version (KJV) And in those days, when the number of the disciples was multiplied, there arose a murmuring of the Grecians against the Hebrews, because their widows were neglected in the daily ministration.
American Standard Version (ASV) Now in these days, when the number of the disciples was multiplying, there arose a murmuring of the Grecian Jews against the Hebrews, because their widows were neglected in the daily ministration.
Bible in Basic English (BBE) Now in those days, when the number of the disciples was increasing, protests were made by the Greek Jews against the Hebrews, because their widows were not taken care of in the distribution of food every day.
Darby English Bible (DBY) But in those days, the disciples multiplying in number, there arose a murmuring of the Hellenists against the Hebrews because their widows were overlooked in the daily ministration.
World English Bible (WEB) Now in those days, when the number of the disciples was multiplying, a complaint arose from the Grecian Jews against the Hebrews because their widows were neglected in the daily service.
Young's Literal Translation (YLT) And in these days, the disciples multiplying, there came a murmuring of the Hellenists at the Hebrews, because their widows were being overlooked in the daily ministration,
Cross Reference Deuteronomy 24:19 in Oriya 19 ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।
Deuteronomy 26:12 in Oriya 12 ତୃତୀୟ ବର୍ଷରେ, ଅର୍ଥାତ୍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗରଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।
Job 29:13 in Oriya 13 ନଷ୍ଟକଳ୍ପ ଲୋକର କଲ୍ୟାଣ ମୋ' ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।
Job 31:16 in Oriya 16 ଯେବେ ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
Psalm 72:16 in Oriya 16 ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ୍ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।
Psalm 110:3 in Oriya 3 ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ଵେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।”
Isaiah 1:17 in Oriya 17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”
Isaiah 27:6 in Oriya 6 ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।”
Jeremiah 30:19 in Oriya 19 ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ।
Ezekiel 22:7 in Oriya 7 ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Acts 2:41 in Oriya 41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।
Acts 2:45 in Oriya 45 ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।
Acts 2:47 in Oriya 47 ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।
Acts 4:4 in Oriya 4 ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।
Acts 4:35 in Oriya 35 ଆଉ ପ୍ରତ୍ୟେକ ଜଣକୁ ତା'ର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା।
Acts 5:14 in Oriya 14 ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ୱାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ,
Acts 5:28 in Oriya 28 “ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ,” ତଥାପି “ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ।”
Acts 6:7 in Oriya 7 ଏଣୁ ଇଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।
Acts 9:29 in Oriya 29 ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ।
Acts 9:39 in Oriya 39 ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହି ସବୁ ଦେଖାଇବାକୁ ଲାଗିଲେ।
Acts 9:41 in Oriya 41 ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ।
Acts 11:20 in Oriya 20 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
1 Corinthians 10:10 in Oriya 10 ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ।
2 Corinthians 11:22 in Oriya 22 ସେମାନେ କି ଏବ୍ରୀୟ ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ ? ମୁଁ ମଧ୍ୟ ଇସ୍ରାଏଲୀୟ। ସେମାନେ କି ଅବ୍ରହାମଙ୍କ ସନ୍ତାନ ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ।
Philippians 3:5 in Oriya 5 ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,
1 Timothy 5:4 in Oriya 4 କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଇଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।
1 Timothy 5:9 in Oriya 9 ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ,
Hebrews 13:1 in Oriya 1 ଭ୍ରାତୃପ୍ରେମ ସ୍ଥିର ହୋଇଥାଉ।
James 1:27 in Oriya 27 ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।
James 4:5 in Oriya 5 ନା ତୁମ୍ଭେମାନେ କ'ଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି ?
James 5:9 in Oriya 9 ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥି ନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି।