Acts 6:14 in Oriya 14 କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହି ସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ।
Other Translations King James Version (KJV) For we have heard him say, that this Jesus of Nazareth shall destroy this place, and shall change the customs which Moses delivered us.
American Standard Version (ASV) for we have heard him say, that this Jesus of Nazareth shall destroy this place, and shall change the customs which Moses delivered unto us.
Bible in Basic English (BBE) For he has said in our hearing that this Jesus of Nazareth will put this place to destruction and make changes in the rules which were handed down to us by Moses.
Darby English Bible (DBY) for we have heard him saying, This Jesus the Nazaraean shall destroy this place, and change the customs which Moses taught us.
World English Bible (WEB) For we have heard him say that this Jesus of Nazareth will destroy this place, and will change the customs which Moses delivered to us."
Young's Literal Translation (YLT) for we have heard him saying, That this Jesus the Nazarean shall overthrow this place, and shall change the customs that Moses delivered to us;'
Cross Reference Isaiah 65:15 in Oriya 15 ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଶାପାସ୍ପଦ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;
Isaiah 66:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କିପ୍ରକାର ଗୃହ ନିର୍ମାଣ କରିବ ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ ସ୍ଥାନ ହେବ ?
Isaiah 66:19 in Oriya 19 ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ୍, ପୁଲ ଓ ଲୂଦ, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।”
Jeremiah 7:4 in Oriya 4 ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।
Jeremiah 26:6 in Oriya 6 ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।'”
Jeremiah 26:12 in Oriya 12 ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।
Jeremiah 26:18 in Oriya 18 “ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।'
Daniel 9:26 in Oriya 26 ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନ ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Hosea 3:4 in Oriya 4 କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
Micah 3:12 in Oriya 12 ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।
Zechariah 11:1 in Oriya 1 ହେ ଲିବାନୋନ, ତୁମ୍ଭର ଏରସ ବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ଖୋଲି ଦିଅ।
Zechariah 14:2 in Oriya 2 କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁ ହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇ ଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ।
Matthew 24:1 in Oriya 1 ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ସେ ସେମାନଙ୍କୁ କହିଲେ,
Matthew 26:61 in Oriya 61 ଏହି ଲୋକଟା କହିଥିଲା, ମୁଁ ଇଶ୍ବରଙ୍କ ମନ୍ଦିରକୁ ଭାଙ୍ଗି ତାହା ତିନି ଦିନ ମଧ୍ୟରେ ତୋଳି ଦେଇ ପାରେ।
Mark 14:58 in Oriya 58 ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି।
Luke 13:34 in Oriya 34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Luke 21:6 in Oriya 6 ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।
Luke 21:24 in Oriya 24 ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ।
John 4:21 in Oriya 21 ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋ' କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି।
Acts 15:1 in Oriya 1 ଏଥିମଧ୍ୟରେ କେତେକ ଲୋକ ଯିହୂଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।
Acts 21:21 in Oriya 21 ପୁଣି, ଅଣଯିହୂଦୀମାନଙ୍କ ମଧ୍ୟରେ ବାସକାରୀ ସମସ୍ତ ଯିହୂଦୀଙ୍କ ନିଜ ନିଜ ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ବିଧିବିଧାନ ଅନୁସାରେ ନ ଚଳିବାକୁ କହି, ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବା ନିମନ୍ତେ ତୁମ୍ଭେ ଯେ ସେମାନଙ୍କୁ ଶିକ୍ଷା ଦେଇଥାଅ, ତୁମ୍ଭ ବିଷୟରେ ଏହି ସମ୍ବାଦ ସେମାନେ ଦେଇଅଛନ୍ତି।
Acts 25:8 in Oriya 8 ସେଥିରେ ପାଉଲ ଆପଣା ପକ୍ଷ ସମର୍ଥନ କରି କହିଲେ, ଯିହୂଦୀମାନଙ୍କ ମୋଶାଙ୍କ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ।
Acts 26:3 in Oriya 3 ବିଶେଷରେ ଏହି କାରଣରୁ ଯେ, ଆପଣ ଯିହୂଦୀମାନଙ୍କ ମଧ୍ୟରେ ପ୍ରଚଳିତ ସମସ୍ତ ରୀତିନୀତି ଓ ମତାମତ ସମ୍ବନ୍ଧରେ ନିପୁଣ ଅଟନ୍ତି; ଏଥିପାଇଁ ଧୈର୍ଯ୍ୟ ଧରି ମୋହର କଥା ଶୁଣିବା ନିମନ୍ତେ ମୁଁ ଆପଣଙ୍କୁ ବିନତି କରୁଅଛି।
Acts 28:17 in Oriya 17 ତିନି ଦିନ ପରେ ସେ ଯିହୂଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି।
Galatians 3:19 in Oriya 19 ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା ? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା।
Galatians 3:23 in Oriya 23 ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ।
Galatians 4:3 in Oriya 3 ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ
Hebrews 7:11 in Oriya 11 ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ଵ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ଵ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କ'ଣ ଆବଶ୍ୟକ ଥିଲା ?
Hebrews 8:6 in Oriya 6 କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ ହୋଇଅଛନ୍ତି।
Hebrews 9:9 in Oriya 9 ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହି ସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରି ପାରେ ନାହିଁ;
Hebrews 10:1 in Oriya 1 କାରଣ ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହି ସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରି ପାରନ୍ତି ନାହିଁ।
Hebrews 12:26 in Oriya 26 ସେତେବେଳେ ତାହାଙ୍କ ସ୍ୱର ପୃଥିବୀକି ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ସୁଦ୍ଧା କମ୍ପାଇବା।